କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ
କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ…
ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା…
‘ଧରିତ୍ରୀ’ ପ୍ରଭାବ: ଶୁଚିସ୍ମିତାଙ୍କୁ ମିଳିଲା ସରକାରୀ ସହାୟତା
ସିମୁଳିଆ, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଈଶ୍ୱରପୁର ପଞ୍ଚାୟତ ଅଧୀନ କଳାଶୁଣୀ ଅଞ୍ଚଳର ଊର୍ମିଳା ଓ ନରହରି ପଣ୍ଡାଙ୍କ ଦେଢ଼ବର୍ଷର ଶିଶୁକନ୍ୟା ଶୁୁଚିସ୍ମିତାଙ୍କୁ ସରକାରୀ ଓ ବେସରକାରୀ ସହାୟତା ମିଳିଛି। ଗତ ୩ମାସ ପୂର୍ବେ ତାଙ୍କ ପିଠିରେ ବାହାରିଥିବା ଟ୍ୟୁମର ଅସ୍ତ୍ରୋପଚାର…
ଛେଣ୍ଡିପଦା ଓ ମାଧପୁରରେ ବିଦ୍ୟୁତ୍ କାଟ: ଜନ ଅସନ୍ତୋଷ ବୃଦ୍ଧି
ଛେଣ୍ଡିପଦା/ମାଧପୁର, ୨୮।୫(ସ୍ବ.ପ୍ର.)- ଛେଣ୍ଡିପଦା ବ୍ଲକ ଅଞ୍ଚଳରେ କିଛି ମାସ ହେବ ଅଘୋଷିତ ବିଦ୍ୟୁତ୍ କାଟ ହେଉଥିବା ଅଭିଯୋଗ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଥିବାବେଳେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ କାଟ ଉପଭୋକ୍ତାଙ୍କୁ ହନ୍ତସନ୍ତ…
ପରଜଙ୍ଗରେ କାଳବୈଶାଖୀ: ବ୍ୟାପକ କ୍ଷତି; ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ, ଉଡ଼ିଲା ଛପର
ପରଜଙ୍ଗ, ୨୮।୫(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ ବହିବାରୁ ବହୁ ଆଜବେଷ୍ଟସ, ଟାଇଲ ଛପର ଉଡ଼ିଯାଇଛି। ଅନେକ ଗୁହାଳ ମଧ୍ୟ ଭାଙ୍ଗିଯାଇଛି।…
ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍ପି ଅଫିସ ଘେରିଲେ
ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା । ଏହି ଘଟଣାକୁ ପରବର୍ତ୍ତୀ ସମୟରେ ବଳି ସନ୍ଦେହ କରାଯାଇଥିଲା । ସେହି ପଡାରେ…
ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍ କଲ୍
ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍ କଲ୍ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା ବିଧାୟକ…
ବିଧାୟିକା ହେବା ପରେ ବରୀ ବ୍ଲକ ଅଧ୍ୟକ୍ଷା ପଦରୁ ସୁନନ୍ଦା ଦାସଙ୍କ ଇସ୍ତଫା
ବରୀ,୨୮ା୫(ସ୍ବ.ପ୍ର.)- ବରୀ ବିଧାୟିକା ଭାବେ ନିର୍ବାଚିତ ହେବା ପରେ ସୁନନ୍ଦା ଦାସ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା ପଦବୀରୁ ଇସ୍ତଫା ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ବୁଧବାର ସୁନନ୍ଦା ବିଧାୟିକା ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ
ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ…
ରଥଯାତ୍ରା ପୂର୍ବରୁ ସୁରକ୍ଷା ନେଇ ଡିଜିଙ୍କ ସମୀକ୍ଷା ବୈଠକ: ପୁରୀରେ ଲାଗିବ ସିସିଟିଭି
ପୁରୀ ଅଫିସ, ୨୮।୫: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁରକ୍ଷା ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରଥଯାତ୍ରା ମାସକ ପୂର୍ବରୁ ମଙ୍ଗଳବାର ସିପି ଅଫିସରେ ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରସ୍ତୁତି ବୈଠକ କରିଛନ୍ତି। ବୈଠକ ପରେ ଡିଜିପି…
ମନ୍ତ୍ରୀ ତାଲିକା ଚୂଡ଼ାନ୍ତ: ସମ୍ଭାବ୍ୟ ତାଲିକାରେ ଅଧାରୁ ଅଧିକ ନୂଆ ମୁହଁ, ଆଶାଆଶଙ୍କାରେ ପୂର୍ବତନ ମନ୍ତ୍ରୀ
ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଦିନକ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରିବାକୁ ଯାଉଛି। ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ବିଧାୟକଙ୍କ ମଧ୍ୟରେ ଜୋର୍ଦାର ପ୍ରତିଯୋଗିତା ଆରମ୍ଭ ହୋଇଛି। ବିଜୟ ଲାଭ…
Archives


