ରାଜ୍ୟ

ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି

ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ବିଧାନସଭାର ମଙ୍ଗଳବାର ଦ୍ୱିତୀୟାର୍ଦ୍ଧରେ ହୋଇଥିବା ଶକ୍ତି ବିଭାଗ ଖର୍ଚ୍ଚଦାବି…

ଚଳିତ ବର୍ଷ ୩୮ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ…

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର…

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ ହିତାଧିକାରୀ…

୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ…

ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱରର ୪, ରାଉରକେଲାର ୩ ଓ କଲିକତାର ୪ଟି…

ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର

ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍‌, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର…

ଆରମ୍ଭ ହେବ ମୋ କଲେଜ ଯୋଜନା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍‌ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ ସେମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିସହିତ ସେମାନଙ୍କ ଅନୁଦାନରେ କଲେଜର ଭିତ୍ତିଭୂମି ନିର୍ମାଣ…

ଦାଦନ ଦୁଖ୍‌:ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ ଦାଦନ ଖଟି ଯାଇଥିଲେ। ହେଲେ ବାଟେ ଟ୍ରେନରୁ ତାକର ଗୋଡ଼ ଖସରି ଯାଇ ଦୁରଘଟନାର…

ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି । ଜିଲାପାଳଙ୍କ…

ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି। ଆସନ୍ତା…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?