ରାଜ୍ୟ

୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ ହେବ। ଏହି ସମୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବା ସମ୍ଭାବନା ରହିଛି…

ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍‌ ଓ ଓଏଏସ୍‌ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ ବ୍ଲକ ଗସ୍ତ କରିବେ। ବାତ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା କୃଷ୍ଣପ୍ରସାଦ ବ୍ଲକକୁ ସ୍ବାସ୍ଥ୍ୟ ବିଭାଗ…

ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଚଳାଚଳ ଆରମ୍ଭ କରିଛି। ଏହାମଧ୍ୟରୁ କେବଳ ପୁରୀରୁ ୧୫…

ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ ଗୋଟିଏ ମୁହାଣ ଖୋଲିଛି। ନୂଆ ମୁହାଣ ଖୋଲିବା ଦ୍ୱାରା ଚିଲିକାରେ ଲବଣର ମାତ୍ରା…

ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ହାସ୍ୟ ଅଭିନେତା ସଲୀଲ ମିତ୍ର ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିିଲା ଘଟଗାଁ କଲେଜ ଛକ ନିକଟରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ଥ ହୋଇଥିବା ଜଣାପଡିଛି। ତାଙ୍କୁ…

ପୁରୀଠାରୁ ୫୧୦ କିଲୋମିଟର ଦୂରରେ ‘ଫନୀ’

ଭୁବନେଶ୍ୱର, ୨।୫(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଫନୀ’ ପୁରୀଠାରୁ ପ୍ରାୟ ୫୧୦ କିଲୋମିଟର ଦୂରରେ ରହିଛି। ଏହା ଶୁକ୍ରବାର ସନ୍ଧ୍ୟା ୫ଟା ୩୦ରେ ପୁରୀ ନିକଟରେ ଲାଣ୍ଡଫଲ କରିବାର ଆଶଙ୍କା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା…

୫ ମିଟର ଯାଏ ଉଠିବ ସମୁଦ୍ର ଢେଉ

ଭୁବନେଶ୍ୱର,୧ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅତି ଭୟଙ୍କର ସାମୁଦ୍ରିକ ଝଡ଼ (ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ) ରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି।…

‘ତିତଲି’ଠାରୁ ଭୟଙ୍କର ହେବ ‘ଫନୀ’

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୪: ବାତ୍ୟା ‘ଫନୀ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହା ଓଡ଼ିଶା ଉପକୂଳର ପୁରୀଠାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାର ଉପକୂଳ ଅଞ୍ଚଳ ଏଥିଯୋଗୁ ବିଶେଷ ପରିମାଣରେ କ୍ଷତିଗ୍ରସ୍ତ ହେବ ବୋଲି କହିଛି ପାଣିପାଗ ବିଭାଗ। ବେଳକୁ ବେଳେ…

ମଧୁସୂଦନଙ୍କୁ ମରଣୋତ୍ତର ଭାରତରତ୍ନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ମରଣୋତ୍ତର ‘ଭାରତରତ୍ନ’ ପ୍ରଦାନ କରିବାକୁ ଦାବି କରିଛନ୍ତି ଓଡ଼ିଶାର ସମସ୍ତ ଓକିଲ ସଂଘ। ମଧୁବାବୁଙ୍କ ୧୭୧ତମ ଜୟନ୍ତୀ ଅବସରରେ ରାଜ୍ୟରେ ଥିବା ସମସ୍ତ ଛୋଟବଡ଼ ଓକିଲ ସଂଘ ପକ୍ଷରୁ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯିବା…

ଚନ୍ଦ୍ରପୁର ଆଇସିଡିଏସ କାର୍ଯ୍ୟାଳୟ: ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚାଲିଛି ଅଫିସ କାମ

ଚନ୍ଦ୍ରପୁର, ୨୮ା୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଚନ୍ଦ୍ରପୁର ବ୍ଲକସ୍ଥିତ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ଆଜକୁ ଦୀର୍ଘ ପାଞ୍ଚବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା ସଦର ମହକୁମାସ୍ଥିତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲିଛି। ଜିଲାର ସମସ୍ତ ବ୍ଲକରେ ସମନ୍ବିତ ଶିଶୁବିକାଶ ଯୋଜନା କାର୍ଯ୍ୟାଳୟ ପାଇଁ…

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ ମେ…

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା ୪୧.୯ ଡିଗ୍ରୀ ଥିବା ରେକର୍ଡ କରାଯାଇଛି। ମଧ୍ୟାହ୍ନରେ ଜନଗହଳି ପୂର୍ଣ୍ଣ ସହର ଖାଁ ଖାଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri