ରାଜ୍ୟ

ଗାନ୍ଧୀ ବିରୋଧୀ ମନ୍ତବ୍ୟକୁ ନେଇ ଝଡ଼: ୯ ଥରରେ ୧ ଘଣ୍ଟା ୩୩ ମିନିଟ୍‌ ଗୃହ ମୁଲତବୀ

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ମହାତ୍ମା ଗାନ୍ଧୀ ଦେଶ ବିଭାଜନକାରୀ ବୋଲି ଭାଜପା ବିଧାୟକ ସନ୍ତୋଷ ଖଟୁଆ କହିଥିବା ଅଭିଯୋଗ କରି ଗୃହ ବାହାରେ ବିରୋଧୀ ଝଡ଼ ସୃଷ୍ଟି କରିଛନ୍ତି। ଏହି ପ୍ରସଙ୍ଗରେ ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଏକ ହୋଇ ବିଧାନସଭା ପରିସରରେ…

ଜଲିଗଲା ଖରିଆର-ସମ୍ବଲପୁର ବସ୍‌

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିକଟ ବଲଣ୍ଡାରେ ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ଏକ ଯାତ୍ରୀବାହୀ ବସରେ ଆକସ୍ମିକ ନିଆଁ ଲାଗିଥିଲା। ମାତ୍ର ବସ ଡ୍ରାଇଭରଙ୍କ ତତ୍ପରତା ଯୋଗୁ ଯାତ୍ରୀମାନେ ସୁରକ୍ଷିତଭାବେ ଓହ୍ଲାଇ ପଡିଥିଲେ। ଖବର ପାଇ…

ଡିସେମ୍ବର ୬ରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ

ଭୁବନେଶ୍ୱର, ୪।୧୨: ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ସପ୍ତମ ସଂସ୍କରଣ ଆସନ୍ତା ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇ ଡିସେମ୍ବର ୧୭, ୨୦୨୫ ପର୍ଯ୍ୟନ୍ତ ଚାଲିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା…

ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ସହଜ କଲେ ରାଜ୍ୟ ସରକାର: ମିଳିବ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର,୪।୧୨: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ ଆବଶ୍ୟକୀୟ ସଂଶୋଧନ କରାଯାଇ ନିୟମ କୋହଳ…

ଓଡ଼ିଶାରେ ଗଡୁଛି ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ: ଭୁବନେଶ୍ୱରରେ ୧୨ଟି ଚାର୍ଜିଂ ଷ୍ଟେସନ୍

ଭୁବନେଶ୍ୱର,୪ା୧୨: ଓଡ଼ିଶାରେ ଏପର୍ଯ୍ୟନ୍ତ ୨.୧୯ ଲକ୍ଷରୁ ଅଧିକ ଇଲେକ୍ଟ୍ରିକ୍‌ ଯାନ (EV) ପଞ୍ଜୀକୃତ ହୋଇ ରାସ୍ତାରେ ଚାଲୁଛି। ଗୁରୁବାର ବିଧାନସଭାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରିକ୍‌ ଯାନ…

ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍‌…

ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍‌ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ…

ପିଇଓ ଆତ୍ମସାତ୍‌ କରିଥିଲେ ୬ ଲକ୍ଷ ୭୦ ହଜାର ଟଙ୍କା, ଆଜି ବନ୍ଧା ହେଲେ

ଭଞ୍ଜନଗର,୪ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପିଇଓ ବିରେନ୍ଦ୍ର କୁମାର ଶାସ୍ତ୍ରୀଙ୍କୁ ତାରସିଂ ପୋଲିସ ଗୁରୁବାର ଗିରଫ କରିଛି। ବିରେନ୍ଦ୍ର ପଞ୍ଚାୟତ ଆକାଉଣ୍ଟରେ ଥିବା ବାର୍ଦ୍ଧକ୍ୟ ଭତ୍ତା ଏବଂ ଅଖା ବିକ୍ରି ଟଙ୍କାଙ୍କୁ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା।…

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: NH-୧୬ରେ ଅବରୋଧ କଲେ ଲୋକେ

ଭଦ୍ରକ,୪ା୧୨: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଜାତୀୟ ରାଜପଥ-୧୬ ରେ ଉତ୍ତେଜନା ସୃଷ୍ଟି ହେବା ସହ ଲୋକେ ରାସ୍ତା ଅବରୋଧ କରିଛନ୍ତି। ମୃତ ଛାତ୍ରୀ…

ଥାନାରେ IIC-ASI ହାତାହାତି: ଆକ୍ସନ ନେଲେ ଏସ୍‌ପି

ଯାଜପୁର,୪।୧୨: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଝିଅ-ପୁଅ ମାମଲାର ଚାର୍ଜସିଟ ରିପୋର୍ଟକୁ ନେଇ ଥାନା ଭିତରେ ତୁମୁଳକାଣ୍ଡ ଘଟିଛି। IIC ଏବଂ ASIଙ୍କ ମଧ୍ୟରେ ପାଟିତୁଣ୍ଡ ହେବାସହ ହାତାହାତି ହୋଇଛନ୍ତି। ଏହି ଘଟଣା…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ, ଥାନାରେ ଅଟକ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍‌ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି।…

ଗାଧୋଇବାକୁ ଯାଇ ଘରକୁ ଫେରିଲେନି ବ୍ୟକ୍ତି, ଆଜି ନଦୀରୁ…

ଧର୍ମଶାଳା,୪ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ଲକ୍ଷ୍ମୀସାହି ଗ୍ରାମ ନିକଟ କେଲୁଅ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଲକ୍ଷ୍ମୀସାହି ଗ୍ରାମର ରଞ୍ଜନ ଗାହାଣ ବୟସ(୫୬)।…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ କାଷ୍ଟିଂ କାଉଚ ଅଭିଯୋଗ: ୩ ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଡ୍ରାମା ବିଭାଗର ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍‌ ଏବଂ ଅଶାଳୀନ ଆଚରଣ ନିର୍ଯାତନା ଅଭିଯୋଗ ଆଣି ଛାତ୍ରୀମାନେ କ୍ୟାମ୍ପସ୍‌ରେ ପ୍ରବଳ ହଙ୍ଗାମା କରିଛନ୍ତି। ଏହି ଘଟଣାକୁ ନେଇ କଲେଜରେ ପ୍ରବଳ ଉତ୍ତେଜନା ଦେଖାଦେଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?