୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍ଏଫ୍ଏଚ୍ଏସ୍-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ…
ୟୁଜିସି ନେଟ୍ ଫର୍ମ ଆବେଦନର ଶେଷ ତାରିଖ ମେ ୭
ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍ଇଟି)-୨୦୨୫ର ଜୁନ୍ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଏହି ପରୀକ୍ଷା ପାଇଁ ଓ୍ବେବ୍ସାଇଟ ମାଧ୍ୟମରେ ପଞ୍ଜୀକରଣ କରିପାରିବେ। ଫର୍ମ…
ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ
ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧ ଦିନ ବ୍ୟାପୀ ଚନ୍ଦନ ମଣ୍ଡପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହିବ। ଚନ୍ଦନ…
ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ…
ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ
ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି…
ଆବକାରୀ ଅଧୀକ୍ଷକଙ୍କୁ ରାସ୍ତା ମଝିରେ ଅଟକାଇଲା ଭିଜିଲାନ୍ସ; ୩ ଲକ୍ଷ ଟଙ୍କା ନଗଦ ଜବତ
ଢେଙ୍କାନାଳ, ୨୯।୪: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଢେଙ୍କାନାଳ ଜିଲାରେ ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କୁ ମାର୍ଗମଧ୍ୟରେ ଅଟକାଇ ତାଙ୍କ ନିକଟରୁ ୩ ଲକ୍ଷ ଟଙ୍କା ନଗଦ ଜବତ କରିଛି। ଢେଙ୍କାନାଳର ଆବକାରୀ ଅଧୀକ୍ଷକ କୃଷ୍ଣା ନାୟକଙ୍କ ଅବୈଧ ଅର୍ଥ ସମ୍ପର୍କରେ ପୂର୍ବ…
ଗୋଲଡେନ୍ ଲ୍ୟାଣ୍ଡ ଚିଟ୍ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ED: ଜମାକାରୀଙ୍କୁ ଠକିବା ଅଭିଯୋଗ
ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ ହୋଇଥିବା ସମ୍ପତ୍ତି…
ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’
ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ…
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଉତ୍ତେଜନା
ତାଳଚେର,୨୯।୪(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକ Oisf ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ସୁଶାନ୍ତ ସାହୁ (୪୦)। ମିଳିଥିବା ସୂଚନା…
ପାକିସ୍ତାନୀ ନାଗରିକ ଦେଶ ଛାଡ଼ିବା ପ୍ରସଙ୍ଗ: ଆଜି ଶେଷ ହେଉଛି ଡେଡ୍ଲାଇନ୍, ନ ଛାଡିଲେ…
ଭୁବନେଶ୍ୱର,୨୯।୪: ଗତ ୨୨ ତାରିଖରେ ପହଲ୍ଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଗୋଟିଏ ପରେ ଗୋଟିଏ କଡ଼ା ପଦକ୍ଷେପ ଉଠାଇଛି। ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରାଯିବା ସହ ଅଟାରୀ…
ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ…
୨ ତାରିଖ ଯାଏ ତାଣ୍ଡବ ରଚିବ କାଳବୈଶାଖୀ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୯।୪: କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି ବିଜୁଳି ସହ କୁଆପଥର ବର୍ଷା ଜନଜୀବନକୁ ପ୍ରଭାବିତ କରିଛି। ଏପରିକି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପବନ ହେବା ନେଇ ଆଲର୍ଟ ଜାରି କରିଛି ଜ।…
Archives


