ରାଜ୍ୟ

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର ରଥଚକ ରାଷ୍ଟ୍ରପତିଙ୍କ ଭବନରେ ପ୍ରଦର୍ଶିତ ହେବ ବୋଲି ମଙ୍ଗଳବାର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ବିଜୁ ଜନତା ଦଳ ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ, ଓ୍ବି ଫର୍‌ ଭୁବନେଶ୍ୱର,…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାରେ ଲାଗିଛି। ୩ ଦିନ ହେବ ରାଜ୍ୟରେ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି ହ୍ରାଇଡ୍ରାମା କରିଥିଲେ ଜଣେ ନାବାଳିକା। ନାବାଳିକା ଜଣକ ମଞ୍ଚେଶ୍ୱର ଥାନା ଝରଣାବସ୍ତି(ଖ) ଅଞ୍ଚଳରେ…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଏସ୍‌ଏସ୍‌ଡି…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଅଭୟାରଣ୍ୟବାସୀ ଆତଙ୍କିତ ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ସୁନାବେଡ଼ା ପଞ୍ଚାୟତ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର ବନ୍ୟଜନ୍ତୁଙ୍କ ଦ୍ୱାରା ଫସଲ ଜମି ନଷ୍ଟ ହେଲେ ବିପର୍ଯ୍ୟୟଠାରୁ ପ୍ରାୟ ୩ଗୁଣା ଅଧିକ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ ପାଇଁ ଏକ ସତର୍କ ଏବଂ ସଚେତନତା ସୂଚନା ଜାରି କରାଯାଇଛି। ଅଞ୍ଚଳରେ ଆଇନ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ ହେଲା ପ୍ରଶାସନ ପକ୍ଷରୁ ସେଥିରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଫଳରେ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ ପରିବାରର ଲୋକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ଦାବିରେ ମଙ୍ଗଳବାର ପରିବାରବର୍ଗ ଥୁଆମୂଳ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ IICଙ୍କ ନାମରେ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?