ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ ଅଞ୍ଚଳରେ ପ୍ରବେଶ କରି ବ୍ୟାପକ ଫସଲ ନଷ୍ଟ କରୁଥିବାରୁ ସ୍ଥାନୀୟ ଚାଷୀ ଓ…
ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ (ନଂ. OD…
ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…
ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…
ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…
ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ
ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା(ସ୍ବତନ୍ତ୍ର ଆଲାରାମ ସିଷ୍ଟମ୍) । ଲଗାତର…
ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର
ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର ଚିତ୍ରସେନ ଜେନା। ସୂଚନା ଅନୁଯାୟୀ, ସୋମବାର ରାତିରେ ଗ୍ରାମରେ ଯାତ୍ରାନାଟକ ପାଇଁ ଚାଲିଥିବା…
ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା
ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ନୀଳମାଧବ ପାତ୍ର ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମନ୍ତ୍ରୀ, ବିଧାୟକ ଓ…
ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ
ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର ଦୁଇଜଣ ପିଲା ଗ୍ରାମ ବାହାରେ ଖେଳୁଥିବା ବେଳେ ପାରାଟି ଆସି ସେମାନଙ୍କ ନିକଟରେ…
କଳାହାଣ୍ଡିରେ ଧୁମ୍ଧାମ୍ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ
ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ ୯ଟା ୪୯ରେ ନବାନ୍ନ ଲାଗି ହୋଇଥିଲା। ପରେ ସହରର ପ୍ରତ୍ୟେକ ବର୍ଗର ଲୋକ…
୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ
ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୯ ବର୍ଷ…
ବିଜ୍ଞାନକୁ ବାଦ୍ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ
ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ ପାଣିଗ୍ରାହୀ, ଗୋବିନ୍ଦ ସାହୁ, ରଞ୍ଜନ ପାତ୍ର, ବାବୁଲା ଦୋରା, ଦ୍ୱିତୀକୃଷ୍ଣ ଗୌଡ଼ ଓ…
ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ ବୋଲି ସଭାପତି ଭକ୍ତ ପ୍ରକାଶ କରିଛନ୍ତି। ‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ଯୋଗ…

