ବାହାଘର ଭୋଜିରେ ମଟନ ଦେଲେନି ବୋଲି କ୍ୟାଟରିଂ ପିଲାର ବେକ କାଟିଦେଲେ, ୪ ଜଣଙ୍କୁ ଅଟକ ରଖି…

ବାଲେଶ୍ୱର,୨୮ା୬(ବାଞ୍ଛାନିଧି ଦେ): ଜଣେ ନାବାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ୪ ନାବାଳକ। ରେମୁଣା ଥାନା ମନ୍ଦିର ଛକରେ ନାବାଳକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏକ ବିବାହ ଭୋଜିରେ କ୍ୟାଟରିଂରେ ଯାଇଥିବା ନାବାଳକଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଭୋଜିରେ ମଟନ ନ ଦେବାରୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ରେମୁଣା ଥାନା ଅନ୍ତର୍ଗତ ଅଠାନ୍ତର ଗାଁରେ। ଗତ ୨୪ ତାରିଖ ଏକ ବିବାହ ଭୋଜିରେ ମଟନ ନ ଦେବାରୁ କ୍ୟାଟରିଂରେ ଯାଇଥିବା ନାବାଳକଙ୍କ ବେକ, ପିଠି ଓ ହାତକୁ ଧାରୁଆ ଅସ୍ତ୍ରରେ ୪ ନାବାଳକ ଆକ୍ରମଣ କରି ଚମ୍ପଟ ମାରିଥିଲେ। ଆହତ ନାବାଳକଙ୍କୁ ସଙ୍ଗେ ସଙ୍ଗେ ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଭିଯୋଗ ମୁତାବକ ଏକ ମାମଲା ନଂ ୧୩୩ /୨୬ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲା। ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ୪ ନାବାଳକଙ୍କୁ ଧରିବାରେ ସମର୍ଥ ହୋଇଥିଲା। ଅଟକ ନାବାଳକଙ୍କୁ ଅନୁଗୋଳ ସଧାର ଗୃହ ହେପାଜତରେ ରଖାଯାଇଥିବା ପୋଲିସ କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri