ବିଦ୍ୟୁତ୍‌ ଆଘାତରେ ବଳଦ ମୃତ୍ୟୁ ଘଟଣା: ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

ଜୁନାଗଡ଼,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ ଅଧୀନ ଆଟିଗାଁରେ ବିଦ୍ୟତ୍‌ ଆଘାତରେ ଗୋଟିଏ ବଳଦର ମୃତ୍ୟୁ ଓ ମାଲିକ ଆହତ ଘଟଣାରେ ଜାତୀୟ ମାନବାଧିକାର କମିଶନ ହସ୍ତକ୍ଷେପ କରିଛନ୍ତି। ବିଦ୍ୟୁତ୍‌ ବିଭାଗକୁ କମିଶନ ରିପୋର୍ଟ ତଲବ କରିଛି। ଅକ୍ଟୋବର ୫ ତାରିଖ ଆଟିଗାଁର ନବୀନ ଦଣ୍ଡସେନା ତାଙ୍କ ବଳଦକୁ ନେଇ ଜମିକୁ ଯାଉଥିଲେ । ତେଲନଦୀ ନିକଟରେ ଛିଣ୍ଡି ପଡିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୋଟିଏ ବଳଦର ମୃତ୍ୟୁ ଘଟିଥିଲା । ବଳଦକୁ ରକ୍ଷା କରିବାକୁ ଯାଇ ନିଜେ ନବୀନ ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଦିଲ୍ଲୀପ କୁମାର ଦାସ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରିବା ସହିତ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଥିଲେ। ଶକ୍ତି ବିଭାଗର ତଦନ୍ତ ଅନୁଯାୟୀ ୱେସ୍କୋ କର୍ତ୍ତୃପକ୍ଷ ବିନା କିଟ୍‌କାଟ୍‌ ସଂଯୋଗ ଓ ବେନିୟମ ଭାବରେ ଗାଁର ଚାଷୀମାନଙ୍କୁ ବିଦ୍ୟୁତ ସଂଯୋଗ ଦେଉଥିଲେ। ତଦାରଖ ନ ହେବା ତଥା କାର୍ଯ୍ୟରେ ଅବହେଳା ହେତୁ ତାର ଛିଣ୍ଡି ପଡିଥିଲା । ଏହାକୁ ବିଚାରକୁ ନେଇ ଜାତୀୟ ମାନବାଧିକାର କମିଶନ କ୍ଷତିପୂରଣ ବାବଦକୁ ୨ ଲକ୍ଷ ଟଙ୍କା କାହିଁକି ଦିଆଯିବ ନାହିଁ ସେ ନେଇ ୬ ସପ୍ତାହ ମଧ୍ୟରେ ଜଣାଇବାକୁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି ସମ୍ପୃକ୍ତ ଚାଷୀଙ୍କ ଏଭଳି ଦୁର୍ଦ୍ଦଶା ପାଇଁ ଦାୟୀ ହୋଇଥିବା ୱେସ୍କୋ ଅଧିକାରୀଙ୍କ ବିରୋଧରେ କି ପ୍ରକାର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ତାହା ମଧ୍ୟ ୬ ସପ୍ତାହ ମଧ୍ୟରେ ଜଣାଇବାକୁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?