ଗୋରୁ ଖାଉଛି ମଧ୍ୟାହ୍ନଭୋଜନ

ବ୍ରହ୍ମପୁର ଅଫିସ,୨୦ା୧: ରାଜ୍ୟ ସରକାର ଏମ୍‌ଡିଏମ୍‌ (ମିଡ୍‌ ଡେ ମିଲ୍‌) ଯୋଜନାରେ ସବୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ନିମନ୍ତେ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରଛନ୍ତିି। କିନ୍ତୁ ବ୍ରହ୍ମପୁର ସହରର ବ୍ରଜନଗର ୨ୟ ଲେନରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ମଧ୍ୟାହ୍ନଭୋଜନ ବୁଧବାର ଗୋରୁଙ୍କୁ ଖାଇବାକୁ ଦିଆଯାଉଥିବା ଦେଖିବାକୁ ମିଳିଛି। ମଧ୍ୟାହ୍ନଭୋଜନ ଯୋଜନା ଠିକ୍‌ ଭାବେ ହେଉ ନ ଥିବା ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ଅଭିଯୋଗ କରିଛି।
ପ୍ରତିଦିନ ବିଦ୍ୟାଳୟ ବାହାରେ ମଧ୍ୟାହ୍ନ ଭୋଜନ ପଡିଥିବା ଓ ତାକୁ ଗୋରୁ ଖାଉଥିବା ଦୃଷ୍ଟିକୁ ଆସୁଛି। ଖାଦ୍ୟର ମାନ ଓ ସ୍ବାଦ ଠିକ୍‌ ନ ଥିବାରୁ ବିଦ୍ୟାଳୟର ଛାତ୍ରୀଛାତ୍ର ଖାଇବାକୁ ଅମଙ୍ଗ ହେଉଥିବା ସନ୍ଦେହ କରାଯାଉଛି। ଯଦି ଖାଇବାକୁ ଅମଙ୍ଗ ହେଉଛନ୍ତି ତା’ ହେଲେ ଛାତ୍ରୀଛାତ୍ରଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ ନଚେତ ତାଙ୍କ ଆକାଉଣ୍ଟରେ ଟଙ୍କା ଜମା କରିବା ପାଇଁ କମିଟି ଦାବି କରିଛି। ତେବେ ଖାଦ୍ୟ ପ୍ରସ୍ତୁତି କରିବା ପରେ ଛାତ୍ରୀଛାତ୍ରମାନେ ଖାଉଛନ୍ତି କି ନାହିଁ ତାହାର ମଧ୍ୟ ତଦାରଖ କରାଯାଉ ନ ଥିବା କମିଟି ଅଭିଯୋଗ କରିଛି। ଏଣୁ ଏଭଳି କ୍ଷେତ୍ରରେ ଜିଲା ପ୍ରଶାସନ ହସ୍ତକ୍ଷେପ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କମିଟି ସଭାପତି ସଞ୍ଜୀବ କୁମାର ପଟ୍ଟନାୟକ ଦାବି କରିଛନ୍ତି।
ଏ ନେଇ ଜିଲା ଶିକ୍ଷାଧିକାରୀ ବିନୀତା ସେନାପତିଙ୍କ ସହ ଯୋଗାଯୋଗ ବେଳେ କହିଛନ୍ତି, ଏ ବାବଦରେ ମୁଁ କିଛି ଜାଣି ନାହିଁ। ଯଦିଓ ଖାଦ୍ୟ ବଳକା ହୋଇଥିବ ତାହା ହେଲେ ଗୋରୁଙ୍କୁ ଖାଇବାକୁ ଦିଆଯାଇଥିବ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ବ୍ରଜନଗର ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜି.ସିଦ୍ଧାର୍ଥ ଶଙ୍କରଙ୍କୁ ପଚାରିବାରୁ ମୁଁ ଏ ବିଷୟରେ କିଛି ଜାଣି ନାହିଁ । ତଦନ୍ତ ପରେ ଜଣାପଡିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri