Posted inଜାତୀୟ

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ ଧନରାଜ ହାନୁମନ୍ତ ଧାମଧେରଙ୍କ ନିର୍ଦ୍ଦେଶ କ୍ରମ ପାଟଣା ରେଞ୍ଜର ଆର୍ତ୍ତ ତ୍ରାଣ ମିର୍ଦ୍ଧା ରବିବାର ବିଳମ୍ବିତ ରାତ୍ରୀରେ ମଲ୍ଲି ପୋଷିରୁ ଏକ ଗୋରୁ ବୋଝେଇ ପିକ ଅପକୁ ପାରା ଷ୍ଟାଫଙ୍କ ସହ ଫଲୋ କରି ତେଲିପଡ଼ା ନିକଟରେ ଗାଡ଼ିକୁ ଧରିବାକୁ ସଫଳ ହୋଇଥିଲେ। ଅଞ୍ଚଳରେ ବେଆଇନ ଭାବେ ଗୋରୁ ପରିବହନ କରାଯାଉଥିବା ସୂଚନା ପାଇ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ପିକଅପ ଗାଡ଼ି ଜବତ କରାଯାଇଛି। ଗାଡ଼ିରୁ ୯ଟି ଗୋରୁ ଉଦ୍ଧାର କରାଯିବା ସହ ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୨ ଜଣଙ୍କୁ ଧରି ବନ ବିଭାଗ ସାହାରପଡ଼ା ଫାଣ୍ଡି ପୁଲିସ ଜିମା ଦିଆଯାଇଛି। ଅଟକ ଗୋ ମାଫିଆ ହେଇଛନ୍ତି ଯଶିପୁର ଥାନା ପୁରୁଣା ବଜାରର ମହମ୍ମଦ ମେହେ ଫୁଜ ଆଲମଙ୍କ ୧୬ବର୍ଷର ନାବଳ ଓ
ଓ ମୟୁରଭଞ୍ଜ ଜିଲା ହାଟ ବଟଳା ଥାନା ଚିଙ୍ଗୁଡ଼ି ପୋଖରୀ ଗ୍ରାମର ନିଶାର ଅହମ୍ମଦ। ବନ ବିଭାଗର ସୂଚନା ଅନୁଯାୟୀ, ୨୦ ତାରିଖ ରାତି ପ୍ରାୟ ୧୧ଟାରେ ପାଟଣା ରେଞ୍ଜରଙ୍କୁ ପାଟଣା ରେଞ୍ଜ ଅଞ୍ଚଳରେ କାଠ ଓ ଗୋରୁ ବେଆଇନ ପରିବହନ ହେଉଥିବା ନେଇ ସୂଚନା ମିଳିଥିଲା। ଏହାପରେ ରେଞ୍ଜରଙ୍କ ନେତୃତ୍ୱରେ ବନ କର୍ମଚାରୀମାନେ ନଜର ରଖିଥିଲେ। ମଲ୍ଲିପୋଷି ନିକଟରୁ ସନ୍ଦେହଜନକ ପିକଅପ ଗାଡ଼ିକୁ ପିଛା କରି ସାହାରପଡ଼ା ବ୍ଲକ ତେଲି ପଡ଼ା ଠାରେ ଅଟକାଇ ଜବତ କରାଯାଇଥିଲା।
ଗାଡ଼ିରୁ ୯ଟି ଗୋରୁ ଉଦ୍ଧାର କରାଯିବା ସହ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଧରାପଡ଼ିଥିବା ୨ ଜଣଙ୍କୁ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ସାହାରପଡ଼ା ଥାନାକୁ ହସ୍ତାନ୍ତର କରାଯାଇଛି। ଘଟଣାର ଅଧିକ ତଦନ୍ତ ଚାଲିଛି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?