ଗୋରୁ ବେପାରୀଙ୍କୁ ମାଡ଼ମାରି ଟଙ୍କା ମାଗିବା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ୨ ଅଭିଯୁକ୍ତ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କେଶଦୁରାପାଳ ଅଞ୍ଚଳରେ ଗୋରୁ ବେପାରୀଙ୍କଠାରୁ ଚାନ୍ଦା ଆଦାୟ କରିବା ଘଟଣା ଯୁବକଙ୍କୁ ମହଙ୍ଗା ପଡିଛି। ଘସିପୁରା ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ଗଣମାଧ୍ୟମ ପ୍ରତିନିଧି ଥିବା ଚର୍ଚ୍ଚା ହେଉଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଭୁ ଓଝା ଏବଂ ରୁଦ୍ର ନାରାୟଣ ପରିଡ଼ା। ଏନେଇ ଘସିପୁରା ପୋଲିସ ଦଫା ୩୮୪, ୩୮୬, ୫୦୬, ୩୨୩ରେ ଏକ ମାମଲା(ନଂ୮୬/୨୩) ରୁଜୁ କରିଛି।

ଟୋଲଙ୍କନାଣ୍ଡି ଗ୍ରାମର ହୃଷୀକେଶ ଦାସଙ୍କ ପୁଅ ଟୁନା ଦାସଙ୍କ ଅଭିଯୋଗ ଅନୁଯାୟୀ ୩ ଜଣ ବ୍ୟକ୍ତି ବିଭିନ୍ନ ଗ୍ରାମରୁ ୩୭ଟି ଗୋରୁ କିଣି ବୁଧବାର ରାତିରେ ଚଲାଇ ଆଣୁଥିଲେ। ହେଲେ ବିଳମ୍ବିତ ରାତିରେ କେଶଦୁରାପାଳଠାରେ ୧୦ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କୁ ଅଟକ ରଖି ବାନ୍ଧି ପକାଇଥିଲେ। ପରେ ସେମାନ ତାଙ୍କଠାରୁ ମୋବାଇଲ ଫୋନ ଛଡାଇ ନେବା ସହ ମାଡ଼ ମାରି ୨ଲକ୍ଷ ଟଙ୍କା ଦେବାକୁ ଦାବି କରିଥିଲେ। ଟଙ୍କା ନ ଦେଲେ ଜୀବନରୁ ମାରିଦେବାର ଧମକ ଦେଇଥିଲେ। ପରବର୍ତ୍ତୀ ସମୟରେ ସେମାନେ ପରିବାର ଲୋକଙ୍କ ସହ ଯୋଗାଯୋଗ କରି ଫୋନ୍‌ ପେ ମାଧ୍ୟମରେ ବିଭୁ ଓଝାଙ୍କୁ ୧ ଲକ୍ଷ ଟଙ୍କା ଦେବା ପରେ ସେମାନଙ୍କୁ ଛାଡିଥିଲେ। ଏନେଇ ଟୁନା ଦାସ ଘସିପୁରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଗୁରୁବାର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ଶୁକ୍ରବାର ପୋଲିସ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ବିକ୍ରମ କୁମାର ଭୂୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri