ଗୋରୁ ବେପାରୀଙ୍କୁ ମାଡ଼ମାରି ଟଙ୍କା ମାଗିବା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ୨ ଅଭିଯୁକ୍ତ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କେଶଦୁରାପାଳ ଅଞ୍ଚଳରେ ଗୋରୁ ବେପାରୀଙ୍କଠାରୁ ଚାନ୍ଦା ଆଦାୟ କରିବା ଘଟଣା ଯୁବକଙ୍କୁ ମହଙ୍ଗା ପଡିଛି। ଘସିପୁରା ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ଗଣମାଧ୍ୟମ ପ୍ରତିନିଧି ଥିବା ଚର୍ଚ୍ଚା ହେଉଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଭୁ ଓଝା ଏବଂ ରୁଦ୍ର ନାରାୟଣ ପରିଡ଼ା। ଏନେଇ ଘସିପୁରା ପୋଲିସ ଦଫା ୩୮୪, ୩୮୬, ୫୦୬, ୩୨୩ରେ ଏକ ମାମଲା(ନଂ୮୬/୨୩) ରୁଜୁ କରିଛି।

ଟୋଲଙ୍କନାଣ୍ଡି ଗ୍ରାମର ହୃଷୀକେଶ ଦାସଙ୍କ ପୁଅ ଟୁନା ଦାସଙ୍କ ଅଭିଯୋଗ ଅନୁଯାୟୀ ୩ ଜଣ ବ୍ୟକ୍ତି ବିଭିନ୍ନ ଗ୍ରାମରୁ ୩୭ଟି ଗୋରୁ କିଣି ବୁଧବାର ରାତିରେ ଚଲାଇ ଆଣୁଥିଲେ। ହେଲେ ବିଳମ୍ବିତ ରାତିରେ କେଶଦୁରାପାଳଠାରେ ୧୦ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କୁ ଅଟକ ରଖି ବାନ୍ଧି ପକାଇଥିଲେ। ପରେ ସେମାନ ତାଙ୍କଠାରୁ ମୋବାଇଲ ଫୋନ ଛଡାଇ ନେବା ସହ ମାଡ଼ ମାରି ୨ଲକ୍ଷ ଟଙ୍କା ଦେବାକୁ ଦାବି କରିଥିଲେ। ଟଙ୍କା ନ ଦେଲେ ଜୀବନରୁ ମାରିଦେବାର ଧମକ ଦେଇଥିଲେ। ପରବର୍ତ୍ତୀ ସମୟରେ ସେମାନେ ପରିବାର ଲୋକଙ୍କ ସହ ଯୋଗାଯୋଗ କରି ଫୋନ୍‌ ପେ ମାଧ୍ୟମରେ ବିଭୁ ଓଝାଙ୍କୁ ୧ ଲକ୍ଷ ଟଙ୍କା ଦେବା ପରେ ସେମାନଙ୍କୁ ଛାଡିଥିଲେ। ଏନେଇ ଟୁନା ଦାସ ଘସିପୁରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଗୁରୁବାର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ଶୁକ୍ରବାର ପୋଲିସ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଥାନା ଅଧିକାରୀ ବିକ୍ରମ କୁମାର ଭୂୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri