ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ ୩୯-ସିକେ-୧୯୫୯)ରେ ଗୋରୁ ଚାଲାଣ ବେଳେ ସ୍ଥାନୀୟ ଲୋକେ ଅଟକାଇଥିଲେ। ଏହି ସମୟରେ ଉତ୍ତ୍ୟକ୍ତ ଲୋକେ ଟ୍ରକ୍‌କୁ ଭଙ୍ଗାରୁଜା କରିଥିବା କୁହାଯାଉଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିରେ ଥିବା ୯ଗୋରୁଙ୍କୁ ଉଦ୍ଧାର କରିଛି। ଏଥିସହ ଟ୍ରକ୍‌ ଡ୍ରାଇଭରଙ୍କ ସହ ୨ଜଣଙ୍କୁ ଥାନାକୁ ନେଇ ପୋଲିସ ପଚରାଉଚରା କରିଥିଲା। ଗୁରୁବାର ସେମାନଙ୍କ ଡାକ୍ତରୀ ପରୀକ୍ଷା କରାଯାଇ କୋର୍ଟଚାଲାଣ କରାଯାଇଛି। ଏ ନେଇ ଥାନାରେ ଏକ ମାମଲା(ନଂ.୧୭୬/୨୬) ମାମଲା ରୁଜୁ ହୋଇଛି। ଏହି ଗୋରୁଙ୍କୁ ଜମ୍ବୁରୁ ତାମିଲନାଡୁକୁ ଚାଲାଣ କରାଯାଉଥିବା ଜଣାପଡିଛି। ଅଟକ ଗାଡ଼ି ଡ୍ରାଇଭର ତାମିଲନାଡୁର ବୋଲି କୁହାଯାଉଛି। ଉଦ୍ଧାର ପରେ ଗୋରୁଙ୍କୁ ଜିଲାର ଏକ ଗୋଶାଳାରେ ଛାଡି ଦେବା ବ୍ୟବସ୍ଥା କରାଯାଇଛି। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ଅନିତା ସ୍ବାଇଁଙ୍କୁ ପଚାରିବାରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

କେନ୍ଦ୍ରୀୟ ବିଦ୍ୟାଳୟରେ ଶପଥ ଗ୍ରହଣ ସମାରୋହ: ନୂତନ ଦାୟିତ୍ୱ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷ ପାଇଁ ଶପଥ ଗ୍ରହଣ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବିଦ୍ୟାଳୟରେ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…

ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri