ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ

ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯), ବନାରସ ଗ୍ରାମର ଲଲିତ ସାହୁ(୨୫) ଏବଂ ଡୋଲେଶ୍ବର ସାହୁ(୨୬)। ସେମାନଙ୍କ ପାଖରୁ ନଗଦ ୩ ଲକ୍ଷ ୮୦ହଜାର ଟଙ୍କା, ୫ବାଇକ, ଗୋଟିଏ ପିସ୍ତଲ, ୮ଟି ମୋବାଇଲ ଏବଂ ସୁନା,ରୁପା ଅଳଙ୍କାର ଜବତ ହୋଇଛି। ରବିବାର ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପି.ଏସ୍‌ ମୀନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତମାସ ୨୦ତାରିଖ ଅତାବିରା ଥାନା ବାବେବିରା ଗ୍ରାମର ଛାୟାକାନ୍ତ ପ୍ରଧାନ ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରୁଥିବା ସମୟରେ ଗିରଫ ଅଭିଯୁକ୍ତମାନେ ତାଙ୍କଠାରୁ ୪ ଲକ୍ଷ ୩୮ହଜାର ଟଙ୍କା ଲୁଟି ନେଇଥିଲେ। ଏ ନେଇ ସେ ଅତାବିରା ଥାନାରେ ଏତଲା ଦେବା ପରେ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ଗଠନ କରାଯାଇଥିଲା ଏବଂ ସେହି ଟିମ୍‌ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲେ। ଅଭିଯୁକ୍ତମାନେ ବରଗଡ଼, ବଲାଙ୍ଗୀର, ସମ୍ବଲପୁର ଏବଂ ସୋନପୁର ଜିଲାର ଅନେକ ଲୁଟ୍‌ ଘଟଣାରେ ମଧ୍ୟ ସମ୍ପୃକ୍ତ ଅଛନ୍ତି ଏବଂ ସେ ନେଇ ଅଧିକ ତଦନ୍ତ ଚାଲିଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?