ଧରାପଡ଼ିଲେ ସାଇବର ଠକ

ବୈଶିଙ୍ଗା,୨୫ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଦଳିଆ ଗ୍ରାମର ଜଣେ ଯୁବକଙ୍କୁ ସାଇବର ଠକେଇ ଅଭିଯୋଗରେ ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ ଚାରୁଚନ୍ଦ୍ର ସିଂଙ୍କ ପୁଅ ତୁଫାନ। ଏନେଇ ଥାନାରେ ଏକ ମାମଲା(ନଂ.୨୧୪/୨୨)ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଗତ ସପ୍ତାହରେ ୩ ଯୁବକ ବେତନଟୀ କୋର୍ଟ ଛକ ନିକଟରେ ରାତିରେ ସନ୍ଦେହଜନକ ଭାବେ ବୁଲୁଥିବାବେଳେ ବେତନଟୀ ପୋଲିସ ସେମାନଙ୍କୁ ଧରିବା ସହ ସାଇବର ଠକେଇର ସୁରାକ ପାଇଥିଲା। ସେମାନଙ୍କଠାରୁ ନଗଦ ୧ଲକ୍ଷ ୩୫ ହଜାର ଟଙ୍କା ,୭ଟି ମୋବାଇଲ ,୧୧ଟି ସିମ କାର୍ଡ଼, ଗୋଟିଏ ମେମୋରୀ କାର୍ଡ, ବିଭିନ୍ନ ବ୍ୟାଙ୍କର ୮ଟି ଏଟିଏମ୍‌ କାର୍ଡ ସମେତ ଏକ ହୋଣ୍ଡା ସିଟି କାର ମଧ୍ୟ ଜବତ କରା ଯାଇଥିଲା। ମୟୂରଭଞ୍ଜ ଜିଲା ଆରକ୍ଷୀ ଅଧିକ୍ଷକ ଏହି ସାଇବର ଠକେଇ ଘଟଣା ନେଇ ସବୁ ଥାନାକୁ ଆଲର୍ଟ କରିଥିଲେ। ଶନିବାର ବୈଶିଙ୍ଗା ଥାନା ସହାୟତାରେ ମଧ୍ୟପ୍ରଦେଶ ପୋଲିସ କଦଳିଆ ଗ୍ରାମରେ ପହଞ୍ଚିଥିଲେ। ଏହି ଗ୍ରାମର ତୁଫାନ ଏକ ଘରୋଇ ଟେଲିକମ୍‌ ସଂସ୍ଥାରେ କାର୍ଯ୍ୟ କରୁଥିବା ବେଳେ ଜାଲିଆତି କରି ସେହି ଗ୍ରାମର ହେମନ୍ତ ସାହୁଙ୍କ ପୁଅ ବିରେନ ସାହୁଙ୍କ ନାମରେ ଏକ ସିମ୍‌କାର୍ଡ ବାହାର କରି ମଧ୍ୟପ୍ରଦେଶର ଜନୈକ ବ୍ୟକ୍ତିଙ୍କଠାରୁ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି ବୈଶିଙ୍ଗା ପୋଲିସ ତୁଫାନଙ୍କୁ ଗିରଫ କରିବା ସହିତ ସୋମବାର କୋର୍ଟଚାଲାଣ କରିଛି। ଏହି ଘଟଣା ସହିତ ଗତ ସପ୍ତାହର ବେତନଟୀ ସାଇବର ଠକେଇ ଘଟଣାର ଲିଙ୍କ୍‌ ଥିବା ନେଇ ଅନୁସନ୍ଧାନ ଜାରି ରହିଛି। ବୈଶିଙ୍ଗା ଥାନା ଅଞ୍ଚଳରେ ଥିବା ସମସ୍ତ ମୋବାଇଲ ଷ୍ଟୋରଗୁଡ଼ିକ ଉପରେ ସୋମବାର ଦିନ ତମାମ ଚଢ଼ାଉ ଜାରି ରହିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?