Posted inଜାତୀୟ

ସିଆରପିଏଫ୍‌ କ୍ୟାମ୍ପ ଉପରେ ବୋମା ପକାଇଲେ ବୁର୍ଖା ପିନ୍ଧିଥିବା ମହିଳା

ଶ୍ରୀନଗର,୩୦।୩: ଜମ୍ମୁ-କଶ୍ମୀରର ବାରାମୁଲା ଜିଲାର ସପୋରେ ସହରରେ ଥିବା କ୍ରେନ୍ଦୀୟ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର କ୍ୟାମ୍ପ ଉପରେ ମଙ୍ଗଳବାର ସନ୍ଧ୍ୟାରେ ବୋମା ମାଡ଼ ହୋଇଛି। ସିସିଟିଭି ଫୁଟେଜ ଯାଞ୍ଚ କରିବା ପରେ ଜଣେ ବୁର୍ଖା ପିନ୍ଧିଥିବା ମହିଳା ବୋମା ମାଡ଼ କରିଥିବା ଜଣାପଡ଼ିଛି।

ଫୁଟେଜରେ ମହିଳା ଜଣଙ୍କ ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ କ୍ୟାମ୍ପ ଆଗରେ ଛିଡ଼ା ହୋଇଥିଲେ। ତା’ ପରେ ପର୍ସରୁ ବୋମା ବାହାର କରି କ୍ୟାମ୍ପକୁ ଫୋପାଡ଼ି ଥିଲେ। ବିସ୍ଫୋରଣର ତୁରନ୍ତ ପରେ ସେ ଘଟଣା ସ୍ଥଳରୁ ଦୌଡ଼ି ପଳାଇଥିବା ଦେଖିବାକୁ ମିଳିଛି।

ବୋମାଟି ସୁରକ୍ଷା କ୍ୟାମ୍ପ ବାହାରେ ମାଡ଼ ହେବାରୁ କେହି ମୃତାହତ ହୋଇ ନାହାନ୍ତି। ଆକ୍ରମଣ ପରେ ସେହି ଅଞ୍ଚଳକୁ ତୁରନ୍ତ କରି କର୍ଡନ କରି ଦିଆଯାଇଥିଲା। ବୁର୍ଖାଧାରୀ ମହିଳାଙ୍କୁ ଚିହ୍ନଟ କରାଯାଇଥିବା ବେଳେ ତାଙ୍କୁ ଧରିବା ଲାଗି ବଡ଼ ଧରଣ ସର୍ଚ୍ଚ ଅପରେଶନ ଜାରି କରାଯାଇଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri