ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା ଦେଉଥିଲା ଏକ ସ୍କର୍ପିଓ। ରାତି ତମାମ ଗାଡିକୁ ଫଲୋ କରିବା ପରେ ଶେଷରେ ଏନସିବିର ସ୍ପେସିଆଲ ସ୍କ୍ବାର୍ଟ ମାଡି ବସିଛି। ଏହି ଚଢାଉରେ ୨୩ ବସ୍ତା ଗଞ୍ଜେଇ ଜବତ କରାଯାଇଛି। କପ୍ତିପଦା ଥାନା ନୂଆସାହି ଭରଡାଛକ ନିକଟରେ ଏହି ଚଢାଉ କରିଛି ଏନସିବି। କେଉଁଝର ଅଞ୍ଚଳରୁ ଏକ ପିକଅପ୍‌ରେ ଉପରେ କୋବି ରଖି ଭିତରେ ଗଞ୍ଜେଇ ରଖି ଚୋରାଚାଲାଣ କରୁଥିଲେ ଗଞ୍ଜେଇ ମାଫିଆ। କେଉଁଝରରୁ କପ୍ତିପଦା ହୋଇ ବାରିପଦାକୁ ଗଞ୍ଜେଇ ଆସୁଥିଲା। ଏହି ସମୟରେ କପ୍ତିପଦା ନୂଆସାହି ଭରଡା ଛକ ନିକଟରେ ଗଞ୍ଜେଇ ଗାଡିକୁ ମାଡି ବସିଥିଲା ଏନସିବି ଟିମ। ଏହା ସହିତ ଗଞ୍ଜେଇ ଗାଡିକୁ ସୁରକ୍ଷା ଦେଉଥିବା ଏକ ସ୍କର୍ପିଓକୁ ମଧ୍ୟ ଏନସିବି ଅଟକାଇ ଥିବାବେଳେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଘଟଣାସ୍ଥଳରୁ ୨ ଜଣ ଗଞ୍ଜେଇ ମାଫିଆ ଖସିଯାଇଥିବା କୁହାଯାଉଛି। ଜବତ ଗଞ୍ଜେଇର ମୂଲ୍ୟ ୧ କୋଟିରୁ ଅଧିକ ହେବ ବୋଲି କହିଛି ଏନସିବି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ

ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

ଜିଆର୍‌ପି କନ୍‌ଷ୍ଟେବଲ ହତ୍ୟା ଘଟଣା: ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର…

ଭୁବନେଶ୍ୱର/ବାଲିଅନ୍ତା,୧୦।୫(ତ୍ରିନାଥ ମହାନ୍ତି/ନୀଳମାଧବ ସାହୁ): ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ବାଲିଅନ୍ତା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ବ୍ରିଜ୍‌ ନିକଟରେ ଜିଆର୍‌ପି କନ୍‌ଷ୍ଟେବଲ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ଲୋକେ ପିଟିପିଟି ମାରିଦେବା ଘଟଣା…

ପୁଣି ଚର୍ଚ୍ଚାରେ ଜିତୁ ମୁଣ୍ଡା: ଘରକୁ ପାଣି ନ ଦେଲେ ପୁଣି କଙ୍କାଳ ନେବି

ପାଟଣା,୧୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ଏବେ ପୁଣି ଥରେ ଚର୍ଚ୍ଚାରେ। ଘରକୁ ପାଇପ୍‌ ଯୋଗେ ପାନୀୟଜଳ ସଂଯୋଗ…

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ

ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ…

ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ…

ଅଭିନେତାରୁ ହୋଇଥିଲେ ରାଜନେତା, ହେଲେ ଏବେ ଆଉ ଅଭିନୟ କରିବେନି ବିଜୟ!

ଚେନ୍ନାଇ,୧୦।୫: ରବିବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଅଭିନେତାରୁ ରାଜନେତା ହୋଇଥିବା ଥାଲାପତି ବିଜୟ। ମୁଖ୍ୟମନ୍ତ୍ରୀ ହେବା ପରେ ‘ଜନ ନାୟାଗନ’ ବିଜୟଙ୍କ ଶେଷ ଚଳଚ୍ଚିତ୍ର…

ବିଜୟଙ୍କ ପ୍ରଥମ ଦରମା ଥିଲା ମାତ୍ର ଏତିକି ଟଙ୍କା, ଏବେ ଦିନକୁ ରୋଜଗାର କରୁଛନ୍ତି…

ଚେନ୍ନାଇ,୧୦।୫: ଆଜିକାଲି ଦକ୍ଷିଣ ଭାରତୀୟ ସିନେମାର ପ୍ରସିଦ୍ଧ ଅଭିନେତା ଥାଲାପତି ବିଜୟଙ୍କ ଲୋକପ୍ରିୟତା ସବୁଠି ପ୍ରତିଧ୍ୱନିତ ହେଉଛି। ସେ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏକ ବଡ଼ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri