୧୫ ଜଣଙ୍କୁ କାରଣଦର୍ଶାଅ ନୋଟିସ: ନିର୍ବାଚନ କାର୍ଯ୍ୟରେ ଯୋଗଦେଇନାହାନ୍ତି ସରକାରୀ କର୍ମଚାରୀ

ଛତ୍ରପୁର,୧୭।୨(ଡି.ଏନ.ଏ): ନିର୍ବାଚନ କାର୍ଯ୍ୟ ଏକ ସାମ୍ବିଧାନିକ କାର୍ଯ୍ୟ। ଏହି କାର୍ଯ୍ୟ ସମ୍ପାଦନ ସକାଶେ ନିର୍ଦ୍ଦେଶ ପାଇଥିବା ପ୍ରତ୍ୟେକ ସରକାରୀ କର୍ମଚାରୀ ଏଥିରେ ସହଯୋଗ କରିବା ଆବଶ୍ୟକ। ଗଞ୍ଜାମ ଜିଲାରେ ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ନିର୍ବାଚନ କାର୍ଯ୍ୟ ପାଇଁ ନିଯୁକ୍ତି ପାଇ ସୁଦ୍ଧା କାର୍ଯ୍ୟରେ ଯୋଗ ଦେଇନାହାନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ କାର୍ଯ୍ୟାଳୟର ଅଧିକାରୀମାନେ ଯଦି ତାଙ୍କ କାର୍ଯ୍ୟାଳୟର ଅଧିକାରୀ କିମ୍ବା କର୍ମଚାରୀଙ୍କୁ ନିର୍ବାଚନ କାର୍ଯ୍ୟରେ ଯୋଗଦେବାକୁ କାର୍ଯ୍ୟରୁ ରିଲିଭ କରି ନାହାନ୍ତି ସେମାନଙ୍କ ବିରୋଧରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସଂପୃକ୍ତ ବ୍ୟକ୍ତି ବିଶେଷଙ୍କୁ ନିର୍ବାଚନ ଆଇନ ଅନୁଯାୟୀ କୈଫିୟତ ମଗାଯାଇଛି। ଯଦି ସେହି ଅଧିକାରୀ, କର୍ମଚାରୀ କୌଣସି କାରଣ ନ ଥାଇ ଜାଣିଶୁଣି ଏହି ସାମ୍ବିଧାନିକ କାର୍ଯ୍ୟରେ ଅବହେଳା କରିଛନ୍ତି, ସେମାନଙ୍କୁ ସରକାରୀ କାର୍ଯ୍ୟରୁ ଅପସାରଣ କରିବା ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇ ତାହାର ନକଲ ସଂପୃକ୍ତ ଅଞ୍ଚଳର ପୋଲିସ ବିଭାଗକୁ ପ୍ରେରଣ କରାଯାଇଛି । ନୋଟିସ ସନ୍ତୋଷଜନକ ଉତ୍ତର ନ ମିଳିଲେ ସେମାନଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?