‘ଡିଜିଟାଲ କାରବାରରେ ସତର୍କତା ଜରୁରୀ’

କଟକ,୧୭।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ର ଆନୁକୂଲ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ‘ରିଜର୍ଭ ବ୍ୟାଙ୍କ ଦ୍ୱାରା ନିୟନ୍ତ୍ରିତ ସଂସ୍ଥାର ଅଭିଯୋଗ ନିରାକରଣ ପଦ୍ଧତି ଏବଂ ରିଜର୍ଭ ବ୍ୟାଙ୍କ ସମନ୍ବିତ ଲୋକପାଳ ଯୋଜନା-୨୦୨୨ ଉପରେ ସଚେତନତା କାର୍ଯ୍ୟକ୍ରମ’ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ବର୍ତ୍ତମାନ ସମୟରେ ସାରା ଦେଶ ଏପରିକି ରାଜ୍ୟରେ ମଧ୍ୟ ଦିନକୁ ଦିନ ଡିଜିଟାଲ ଠକେଇ ବୃଦ୍ଧି ପାଉଛି। ଡିଜିଟାଲ କାରବାର ସମୟରେ ବ୍ୟାପକ ସତର୍କତା ସାଙ୍ଗକୁ ସଜାଗ ରହିବାକୁ ପଡ଼ିବ ବୋଲି କାର୍ଯ୍ୟକ୍ରମରେ ଯୋଗଦେଇଥିବା ଅତିଥି, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ମତପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କଟକ ଉପଜିଲାପାଳ ଶିବ ଟୋପୋ, ୟୁନିୟନ୍‌ ବ୍ୟାଙ୍କର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ତୁଷାରକାନ୍ତ କର ଏବଂ କଟକ ଏଲ୍‌ଡିଏମ୍‌ ରାଜେଶ କୁମାର ବେହେରାଙ୍କ ସମେତ ଇଣ୍ଡିଆନ୍‌ ବ୍ୟାଙ୍କ ଓ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ପରିପ୍ରେକ୍ଷୀରେ କଟକର ଡିଷ୍ଟ୍ରିକ୍ଟ କୋ-ଅର୍ଡିନେଟର ଏବଂ ସବୁ ବର୍ଗର ଗ୍ରାହକମାନେ ମଧ୍ୟ ଉପସ୍ଥିତ ଥିଲେ। ସେହିଭଳି ଉକ୍ତ କାର୍ଯ୍ୟକ୍ରମରେ ଡିଜିଟାଲ କାରବାର ସମୟରେ କିପରି ସଜାଗ ରହିବା ଓ ଲୋକପାଳ ଯୋଜନା ମାଧ୍ୟମରେ ଅଭିଯୋଗର ନିରାକରଣ କରିପାରିବା ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri