ଖୋର୍ଦ୍ଧା, କଟକ ପାଇଁ ସତର୍କତା ଜରୁରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଛି। ତେବେ କଟକ ଓ ଖୋର୍ଦ୍ଧା ଜିଲାରେ ପଜିଟିଭ କେସ୍‌ ବଢୁଛି। ଏହି ଦୁଇ ଜିଲାରେ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସହ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରିଛନ୍ତି।
ଏହି ଅବସରରେ ସେ କହିଛନ୍ତି ମୌସୁମୀ ବର୍ଷା, ବନ୍ୟା ତଥା ପରିବହନ କ୍ଷେତ୍ରରେ ପୂର୍ବାବସ୍ଥା ଫେରିଥିବାରୁ କୋଭିଡ୍‌ ପରିଚାଳନା ପାଇଁ ଏହା ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ରଣନୀତିକୁ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କ କୋଭିଡ୍‌ ଟେଷ୍ଟ କରାଯାଇଛି। ପ୍ରତି ୧୦ ଲକ୍ଷ ଲୋକରେ ଏହା ୪୨,୪୦୪ ଯାହାକି ଜାତୀୟସ୍ତରଠାରୁ ବହୁତ ଅଧିକ। ସେହିପରି ଆରୋଗ୍ୟ ହାର ମଧ୍ୟ ୭୬.୭୮ ପ୍ରତିଶତ ରହିଥିବା ବେଳେ ମୃତ୍ୟୁ ହାର ୦.୪୬ ପ୍ରତିଶତ ରହିଛି।
ପର୍ଯ୍ୟବେକ୍ଷକମାନେ ତୁରନ୍ତ ବନ୍ୟାଞ୍ଚଳ ଗସ୍ତ କରି ଯୋଗ୍ୟ ହିତାଧିକାରୀଙ୍କୁ ରିଲିଫ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଋତୁରେ ସର୍ଦ୍ଦି, କାଶ ପରି ରୋଗର ଆଶଙ୍କା ଥିବାରୁ ଏସବୁ ଲକ୍ଷଣ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ସମସ୍ତ କ୍ଲିନିକକୁ ସଜାଗ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ ସ୍ବାସ୍ଥ୍ୟ,ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଭାବେ ବିଭିନ୍ନ କୋଭିଡ୍‌ ପ୍ରୋଟୋକଲକୁ ନେଇ ଏକ ସଚେତନତା ଅଭିଯାନ ତୁରନ୍ତ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତର ରୋଗୀମାନଙ୍କ ପାଇଁ ଜିଲା ଭିତରେ ଥିବା ହସ୍ପିଟାଲ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଅତ୍ୟନ୍ତ ଗୁରୁତର ରୋଗୀ ଯେପରି ଆଇସିୟୁ ସୁବିଧା ପାଇ ପାରିବେ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅଧିକ ସଂଖ୍ୟାରେ କୋଭିଡ୍‌ କେସ୍‌ ବଢୁଥିବାରୁ ସମସ୍ତ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମାସ୍କ ଓ ସାମାଜିକ ଦୂରତ୍ୱ ନିୟମରେ ଯେପରି କୌଣସି ଅବହେଳା ନ ହେବ ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ କୁହାଯାଇଛି।
କୋଭିଡ୍‌ ସମ୍ପର୍କରେ ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ପରିଚାଳନା ସମ୍ପୂର୍ଣ୍ଣ ସଫଳ ହୋଇଛି। କଟକ ଓ ଖୋର୍ଦ୍ଧା ଜିଲା ପରିସ୍ଥିତିକୁ ଦୃଷ୍ଟିରେ ରଖି କୋଭିଡ୍‌ ରଣନୀତିକୁ ସୁଦୃଢ଼ କରାଯାଉଛି ବୋଲି କହିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର କୋଭିଡ୍‌ ପରିଚାଳନା ସମ୍ପର୍କରେ ଏକ ବିବରଣୀ ଉପସ୍ଥାପନ କରିଥିଲେ।
ବୈଠକରେ ଶିଳ୍ପ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ର ସମ୍ପର୍କରେ ଆଲୋଚନା ହୋଇଥିଲା। ଜୀବିକା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ସବୁ ବିଭାଗର ଜୀବିକା ସୃଷ୍ଟି କାର୍ଯ୍ୟକ୍ରମଗୁଡିକୁ ଜୋରଦାର କରିବାକୁ ପରାମର୍ଶ ଦିଆଯାଇଛି। କୌଣସି କ୍ଷେତ୍ରରେ ଅସୁବିଧା ଥିଲେ ତାକୁ ତୁରନ୍ତ ଦୂର କରିବାକୁ ପରାମର୍ଶ ଦେଇଛନ୍ତି। ଜିଲା ପର୍ଯ୍ୟବେକ୍ଷକମାନେ ମଧ୍ୟ ଜିଲା ଗସ୍ତ ସମୟରେ ଜୀବିକା କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ସମସ୍ତ ପ୍ରକାର କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି। କୌଣସି ଶିଳ୍ପ କ୍ଷେତ୍ରରେ କିଛି ଅସୁବିଧା ଥିଲେ ପ୍ରାଥମିକତା ଭିତ୍ତିରେ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଅଗଷ୍ଟ ଓ ସେପ୍ଟେମ୍ବରରେ ସମସ୍ତ କ୍ଷେତ୍ରରେ ସୁଧାର ଆସିଛି। କୃଷି କ୍ଷେତ୍ରରେ ଚଳିତ ବର୍ଷ ଖରିଫରେ ୫୫.୫୨ ଲକ୍ଷ ହେକ୍ଟର ଜମି ଚାଷ କରାଯାଇଛି। ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ। ଚଳିତ ବର୍ଷ ସାର ଓ ୟୁରିଆ ଚାହିଦା ମଧ୍ୟ ଗତବର୍ଷ ଠାରୁ ଅଧିକ ରହିଛି। ଚଳିତ ବର୍ଷ ୯୯୬୫ କୋଟି ଟଙ୍କାର ଫସଲ ଋଣ ପ୍ରଦାନ କରାଯାଇଛି, ଯାହାକି ଗତବର୍ଷ ଠାରୁ ଅଧିକ।
ଇସ୍ପାତ୍‌ ଓ ଖଣିଜ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ପରିଲକ୍ଷିତ ହୋଇଛି। ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ୧୭୫୧୪ କୋଟି ଟଙ୍କାର ୨୦୦ ନୂଆ ପ୍ରକଳ୍ପକ ଅନୁମୋଦିତ କରାଯାଇଛି। ଏଥିରେ ୧୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଶିଳ୍ପ ଉତ୍ପାଦନ ୮୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ବୋଲି ସୂଚନା ଦିଆଯାଇଛି। ବିଦ୍ୟୁତ୍‌ ବ୍ୟବହାର, କାର୍ଗୋ ପରିଚାଳନା, ସବୁ କ୍ଷେତ୍ରରେ ଉନ୍ନତି ଆସିଛନ୍ତି। ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ସେପ୍ଟେମ୍ବର ସୁଦ୍ଧା ୧.୫ ଲକ୍ଷରୁ ଅଧିକ ୟୁନିଟ୍‌କୁ ପାଖାପାଖି ୩ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ସଂସ୍ଥାଗୁଡିକ ଯେପରି ସୁବିଧାରେ କାର୍ଯ୍ୟ କରିପାରିବେ ସେଥିପାଇଁ ଜିଏସ୍‌ଟି ପୁନଃଭରଣା ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ବଚ୍ଛ ଓ ସହଜ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, କୃଷି ଉତ୍ପାଦନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri