ଖୋର୍ଦ୍ଧା, କଟକ ପାଇଁ ସତର୍କତା ଜରୁରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଛି। ତେବେ କଟକ ଓ ଖୋର୍ଦ୍ଧା ଜିଲାରେ ପଜିଟିଭ କେସ୍‌ ବଢୁଛି। ଏହି ଦୁଇ ଜିଲାରେ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସହ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରିଛନ୍ତି।
ଏହି ଅବସରରେ ସେ କହିଛନ୍ତି ମୌସୁମୀ ବର୍ଷା, ବନ୍ୟା ତଥା ପରିବହନ କ୍ଷେତ୍ରରେ ପୂର୍ବାବସ୍ଥା ଫେରିଥିବାରୁ କୋଭିଡ୍‌ ପରିଚାଳନା ପାଇଁ ଏହା ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ରଣନୀତିକୁ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କ କୋଭିଡ୍‌ ଟେଷ୍ଟ କରାଯାଇଛି। ପ୍ରତି ୧୦ ଲକ୍ଷ ଲୋକରେ ଏହା ୪୨,୪୦୪ ଯାହାକି ଜାତୀୟସ୍ତରଠାରୁ ବହୁତ ଅଧିକ। ସେହିପରି ଆରୋଗ୍ୟ ହାର ମଧ୍ୟ ୭୬.୭୮ ପ୍ରତିଶତ ରହିଥିବା ବେଳେ ମୃତ୍ୟୁ ହାର ୦.୪୬ ପ୍ରତିଶତ ରହିଛି।
ପର୍ଯ୍ୟବେକ୍ଷକମାନେ ତୁରନ୍ତ ବନ୍ୟାଞ୍ଚଳ ଗସ୍ତ କରି ଯୋଗ୍ୟ ହିତାଧିକାରୀଙ୍କୁ ରିଲିଫ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଋତୁରେ ସର୍ଦ୍ଦି, କାଶ ପରି ରୋଗର ଆଶଙ୍କା ଥିବାରୁ ଏସବୁ ଲକ୍ଷଣ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ସମସ୍ତ କ୍ଲିନିକକୁ ସଜାଗ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ ସ୍ବାସ୍ଥ୍ୟ,ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଭାବେ ବିଭିନ୍ନ କୋଭିଡ୍‌ ପ୍ରୋଟୋକଲକୁ ନେଇ ଏକ ସଚେତନତା ଅଭିଯାନ ତୁରନ୍ତ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁତର ରୋଗୀମାନଙ୍କ ପାଇଁ ଜିଲା ଭିତରେ ଥିବା ହସ୍ପିଟାଲ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଅତ୍ୟନ୍ତ ଗୁରୁତର ରୋଗୀ ଯେପରି ଆଇସିୟୁ ସୁବିଧା ପାଇ ପାରିବେ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମଧ୍ୟରେ ଅଧିକ ସଂଖ୍ୟାରେ କୋଭିଡ୍‌ କେସ୍‌ ବଢୁଥିବାରୁ ସମସ୍ତ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମାସ୍କ ଓ ସାମାଜିକ ଦୂରତ୍ୱ ନିୟମରେ ଯେପରି କୌଣସି ଅବହେଳା ନ ହେବ ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ କୁହାଯାଇଛି।
କୋଭିଡ୍‌ ସମ୍ପର୍କରେ ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ପରିଚାଳନା ସମ୍ପୂର୍ଣ୍ଣ ସଫଳ ହୋଇଛି। କଟକ ଓ ଖୋର୍ଦ୍ଧା ଜିଲା ପରିସ୍ଥିତିକୁ ଦୃଷ୍ଟିରେ ରଖି କୋଭିଡ୍‌ ରଣନୀତିକୁ ସୁଦୃଢ଼ କରାଯାଉଛି ବୋଲି କହିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର କୋଭିଡ୍‌ ପରିଚାଳନା ସମ୍ପର୍କରେ ଏକ ବିବରଣୀ ଉପସ୍ଥାପନ କରିଥିଲେ।
ବୈଠକରେ ଶିଳ୍ପ, କୃଷି ଓ ଅନ୍ୟାନ୍ୟ କ୍ଷେତ୍ର ସମ୍ପର୍କରେ ଆଲୋଚନା ହୋଇଥିଲା। ଜୀବିକା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ସବୁ ବିଭାଗର ଜୀବିକା ସୃଷ୍ଟି କାର୍ଯ୍ୟକ୍ରମଗୁଡିକୁ ଜୋରଦାର କରିବାକୁ ପରାମର୍ଶ ଦିଆଯାଇଛି। କୌଣସି କ୍ଷେତ୍ରରେ ଅସୁବିଧା ଥିଲେ ତାକୁ ତୁରନ୍ତ ଦୂର କରିବାକୁ ପରାମର୍ଶ ଦେଇଛନ୍ତି। ଜିଲା ପର୍ଯ୍ୟବେକ୍ଷକମାନେ ମଧ୍ୟ ଜିଲା ଗସ୍ତ ସମୟରେ ଜୀବିକା କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ସମସ୍ତ ପ୍ରକାର କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଇଛନ୍ତି। କୌଣସି ଶିଳ୍ପ କ୍ଷେତ୍ରରେ କିଛି ଅସୁବିଧା ଥିଲେ ପ୍ରାଥମିକତା ଭିତ୍ତିରେ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଅଗଷ୍ଟ ଓ ସେପ୍ଟେମ୍ବରରେ ସମସ୍ତ କ୍ଷେତ୍ରରେ ସୁଧାର ଆସିଛି। କୃଷି କ୍ଷେତ୍ରରେ ଚଳିତ ବର୍ଷ ଖରିଫରେ ୫୫.୫୨ ଲକ୍ଷ ହେକ୍ଟର ଜମି ଚାଷ କରାଯାଇଛି। ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ। ଚଳିତ ବର୍ଷ ସାର ଓ ୟୁରିଆ ଚାହିଦା ମଧ୍ୟ ଗତବର୍ଷ ଠାରୁ ଅଧିକ ରହିଛି। ଚଳିତ ବର୍ଷ ୯୯୬୫ କୋଟି ଟଙ୍କାର ଫସଲ ଋଣ ପ୍ରଦାନ କରାଯାଇଛି, ଯାହାକି ଗତବର୍ଷ ଠାରୁ ଅଧିକ।
ଇସ୍ପାତ୍‌ ଓ ଖଣିଜ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ପରିଲକ୍ଷିତ ହୋଇଛି। ଏପ୍ରିଲରୁ ଅଗଷ୍ଟ ମଧ୍ୟରେ ୧୭୫୧୪ କୋଟି ଟଙ୍କାର ୨୦୦ ନୂଆ ପ୍ରକଳ୍ପକ ଅନୁମୋଦିତ କରାଯାଇଛି। ଏଥିରେ ୧୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ଶିଳ୍ପ ଉତ୍ପାଦନ ୮୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ବୋଲି ସୂଚନା ଦିଆଯାଇଛି। ବିଦ୍ୟୁତ୍‌ ବ୍ୟବହାର, କାର୍ଗୋ ପରିଚାଳନା, ସବୁ କ୍ଷେତ୍ରରେ ଉନ୍ନତି ଆସିଛନ୍ତି। ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ସେପ୍ଟେମ୍ବର ସୁଦ୍ଧା ୧.୫ ଲକ୍ଷରୁ ଅଧିକ ୟୁନିଟ୍‌କୁ ପାଖାପାଖି ୩ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ସଂସ୍ଥାଗୁଡିକ ଯେପରି ସୁବିଧାରେ କାର୍ଯ୍ୟ କରିପାରିବେ ସେଥିପାଇଁ ଜିଏସ୍‌ଟି ପୁନଃଭରଣା ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ବଚ୍ଛ ଓ ସହଜ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବତନ୍ତ୍ର ରିଲିଫ କମିଶନର, କୃଷି ଉତ୍ପାଦନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri