ସାବଧାନତାକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର,୩୦।୩: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ଦିନିକିଆ ଅନ୍‌ଲାଇନ ସେମିନାର ‘ବ୍ୟାଙ୍କରେ ଠକେଇ ଓ ସାବଧାନତା ଅବଲମ୍ବନ’ ଶୀର୍ଷକ ବିଷୟ ଉପରେ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଓଆଇର ଭୁବନେଶ୍ୱର ଆଞ୍ଚଳିକ ପ୍ରବନ୍ଧକ ମଳୟ ଦାସ ଏସ୍‌ ସ୍ବାଗତ ଅତିଥି ପରିଚୟ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଏହି ଅବସରରେ ବିଓଆଇ ମୁଖ୍ୟ କାର୍ଯ୍ୟାଳୟର ରାଜଭାଷା ବିଭାଗର ସହାୟକ ମହାପ୍ରବନ୍ଧକ ତଥା ରାଜଭାଷା ପ୍ରମୁଖ ସୁଶ୍ରୀ ମଉ ମୈତ୍ରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଆମେ ଛୋଟ ଛୋଟ ସୁରକ୍ଷାତ୍ମକ ପଦକ୍ଷେପ ଗ୍ରହଣ କରିବା ଦ୍ୱାରା ବିଭିନ୍ନ ପ୍ରକାର ଠକାମିରୁ ନିଜକୁ ରକ୍ଷା କରିପାରିବା। ସେହିଭଳି ବିଓଆଇ ସୁରକ୍ଷା ବିଭାଗର ମୁଖ୍ୟ ପ୍ରବନ୍ଧକ ବେଦପ୍ରକାଶ ଓଝା ମୁଖ୍ୟବକ୍ତାଭାବେ ଯୋଗଦେଇ ପାୱାର ପଏଣ୍ଟ ଜରିଆରେ ବିଭିନ୍ନ ଜାଲିଆତି ଏବଂ ତା’ର ସାବଧାନତା ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଅପରପକ୍ଷରେ ନରାକାସ ବ୍ୟାଙ୍କ ଭୁବନେଶ୍ୱରର ସଦସ୍ୟ, ଏଲ୍‌ଆଇସିର ରାଜଭାଷା ପ୍ରଭାରୀ ବିପିନ ଏକ୍କା ମଧ୍ୟ ଏ ସମ୍ପର୍କିତ ବିଭିନ୍ନ ପ୍ରକାର ସୁରକ୍ଷିତ ଉପାୟ ବିଷୟରେ ବର୍ଣ୍ଣନା କରିଥିଲେ। ପରିଶେଷରେ ଇନ୍ଦୋର ଅଞ୍ଚଳର ରାଜଭାଷା ବିଭାଗର ମୁଖ୍ୟ ପ୍ରବନ୍ଧକ ଅମରୀଶ କୁମାର ଉକ୍ତ ସମ୍ମିଳନୀରେ ପ୍ରାପ୍ତ ହୋଇଥିବା ମହତ୍ତ୍ୱପୂର୍ଣ୍ଣ ସୂଚନାକୁ ବେଶ୍‌ ପ୍ରଶଂସା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୩୨ଜଣ ରାଜଭାଷା ଅଧିକାରୀ ଅଂଶଗ୍ରହଣ କରିଥିଲେ। ଉଲ୍ଲେଖଯୋଗ୍ୟ, ରାଜଭାଷା ବିଭାଗର ବରିଷ୍ଠ ପ୍ରବନ୍ଧକ ସୋନିଆ ସାୱନ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri