Posted inଜାତୀୟ

କେରଳ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ସିବିଆଇ ମାମଲା

ଥିରୁଭାନନ୍ଥପୁରମ, ୧୮ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ସମେତ ୬ ପ୍ରମୁଖ ରାଜନେତାଙ୍କ ବିରୋଧରେ ମଙ୍ଗଳବାର ଯୌନ ନିର୍ଯାତନା ମାମଲା ରୁଜୁ କରିଛି। ସ୍ଥାନୀୟ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋର୍ଟରେ ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ମହାସଚିବ କେ. ସି. ବେଣୁଗୋପାଳ, କଂଗ୍ରେସ ବିଧାୟକ ଏ. ପି. ଅନିଲ କୁମାର, ଦଳୀୟ ଏମ୍‌ପି ହିବି ଇଡେନ୍‌ ଏବଂ ଅଦୁର ପ୍ରକାଶ ଓ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଏ. ପି. ଅବ୍‌ଦ୍ଦୁଲାକୁଟିଙ୍କ ନାମରେ ଏତଲା ଦାଏର ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ଅର୍ଥ ଶୋଷଣ, ଦୁର୍ନୀତି ଏବଂ ମହିଳା ନିର୍ଯାତନା ଧାରା ଲାଗୁ ହୋଇଛି।
୨୦୧୩ରେ କେରଳ ସୋଲାର ଦୁର୍ନୀତି ମାମଲାର ଅଭିଯୁକ୍ତ ମହିଳାଙ୍କ ଅଭିଯୋଗ ଅନୁସାରେ, ପ୍ରକଳ୍ପ ବାବଦରେ ଦେଖାକରିବାକୁ ଯାଇଥିବା ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚାଣ୍ଡିଙ୍କ ସମେତ ଅନ୍ୟମାନଙ୍କ ଦ୍ୱାରା ସେ ଯୌନ ଶୋଷଣର ଶିକାର ହୋଇଥିଲେ। ମନ୍ତ୍ରୀ, ବିଧାୟକଙ୍କ ବାସଭବନ ଏବଂ ହୋଟେଲ ରୁମରେ ଏହି ଘଟଣା ଘଟିଥିଲା। ଏ ନେଇ ପୋଲିସ ୨୦୧୮ ରେ ଏକ ମାମଲା ରୁଜୁ କରିଥିଲା। ଗତ ଫେବୃୟାରୀ ୨୪ରେ ରାଜ୍ୟ ସରକାର ଏହି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri