Posted inଜାତୀୟ

ଓ୍ବାଙ୍ଖଡେଙ୍କ ବିରୋଧରେ ସିବିଆଇ ମାମଲା

ନୂଆଦିଲ୍ଲୀ, ୧୩ା୫: ବଲିଉଡ୍‌ ସୁପରଷ୍ଟାର ଶାହରୁଖ୍‌ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଦୁଇବର୍ଷ ପୂର୍ବେ ଡ୍ରଗ୍ସ ମାମଲାରେ ଗିରଫ କରିଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ତତ୍କାଳୀନ ମୁମ୍ବାଇ ଜୋନାଲ ମୁଖ୍ୟ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ ସିବିଆଇ ଶୁକ୍ରବାର ଦୁର୍ନୀତି ମାମଲା ରୁଜୁ କରିଛି। ଡ୍ରଗ୍ସ ମିଳିଥିବା ଅଭିଯୋଗରେ ଆର୍ୟନଙ୍କ ବିରୋଧରେ ମାମଲା ରୁଜୁ ନ କରିବା ପାଇଁ ଓ୍ବାଙ୍ଖଡେ ଓ ଅନ୍ୟମାନେ ୨୫ କୋଟି ଟଙ୍କା ଲାଞ୍ଚ ମାଗିଥିଲେ ବୋଲି ଅଭିଯୋଗ ହୋଇଥିଲା। ସିବିଆଇ ମୁମ୍ବାଇ, ଦିଲ୍ଲୀ, ରାଞ୍ଚତ୍ ଓ କାନପୁରରେ ତଦନ୍ତ କରିବା ପରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ୨୦୨୧ ଅକ୍ଟୋବର ୨ରେ ମୁମ୍ବାଇ ଉପକୂଳରେ ଥିବା କର୍ଡେଲିଆ କ୍ରୁଜ୍‌ ଜାହାଜରେ ରେଭ୍‌ ପାର୍ଟି ଚାଲୁଥିବାବେଳେ ଓ୍ବାଙ୍ଖଡେଙ୍କ ନେତୃତ୍ୱରେ ଏନ୍‌ସିବି ଚଢ଼ାଉ କରି ସେଠାରୁ ଆର୍ୟନଙ୍କ ସମେତ ତାଙ୍କ ସାଙ୍ଗ ଅର୍ବାଜ ମର୍ଚ୍ଚାଣ୍ଟ ଓ ଅନ୍ୟ ୬ ଜଣଙ୍କୁ ଗିରଫ କରିଥିଲା। ଡ୍ରଗ୍ସ ମିଳିବା ଅଭିଯୋଗରେ ଆର୍ୟନ ୪ ସପ୍ତାହ ଜେଲରେ ରହିଥିଲେ। ପ୍ରମାଣ ଅଭାବରୁ ୨୦୨୨ ମେ’ରେ ତାଙ୍କୁ ଦୋଷମୁକ୍ତ କରାଯାଇଥିଲା। ଓ୍ବାଙ୍ଖଡେଙ୍କ ନେତୃତ୍ୱରେ କରାଯାଇଥିବା ତଦନ୍ତରେ ତ୍ରୁଟି ରହିଥିବା ପୂର୍ବରୁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦର୍ଶାଇଥିଲା। ଗତବର୍ଷ ମେ’ରେ ଓ୍ବାଙ୍ଖଡେଙ୍କୁ ଚେନ୍ନାଇର ଟିକସଦାତା ସେବା ମହା ନିର୍ଦ୍ଦେଶାଳୟକୁ ବଦଳି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?