Posted inଜାତୀୟ

ରୋଲ୍ସ ରୟସ୍‌, ଅସ୍ତ୍ର ଡିଲରଙ୍କ ବିରୋଧରେ ସିବିଆଇ ମାମଲା

ନୂଆଦିଲ୍ଲୀ, ୩୦ା୫: ଭାରତୀୟ ବାୟୁସେନା ଓ ନୌସେନା ପାଇଁ ହଓ୍ବକ୍‌ ୧୧୫ ଅତ୍ୟାଧୁନିକ ଜେଟ୍‌ ଟ୍ରେନର ବିମାନ କିଣାରେ ଲାଞ୍ଚ କାରବାର ଅଭିଯୋଗରେ ବ୍ରିଟିଶ ଏରୋସ୍ପେସ୍‌ ଓ ପ୍ରତିରକ୍ଷା କମ୍ପାନୀ ରୋଲ୍ସ ରୟସ୍‌ ପିଏଲ୍‌ସି ,
ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଅସ୍ତ୍ର ଡିଲରଙ୍କ ବିରୋଧରେ ସିବିଆଇ ଦୁର୍ନୀତି ମାମଲା ରୁଜୁ କରିଛି। ସିବିଆଇ ଦୀର୍ଘ ୬ ବର୍ଷ ତଦନ୍ତ କରିବା ପରେ ରୋଲ୍ସ ରୟସ୍‌ର ନିର୍ଦ୍ଦେଶକ ଟିମ୍‌ ଜୋନ୍ସ, ଅସ୍ତ୍ର ବ୍ୟବସାୟୀ ସୁଧୀର ଚୌଧରୀ ଓ ଭାନୁ ଚୌଧରୀ, ରୋଲ୍ସ ରୟସ ପିଏଲ୍‌ସି ଓ ବ୍ରିଟିଶନ ଏରୋସ୍ପେସ୍‌ ସିଷ୍ଟମ୍ସ ବିରୋଧରେ ଆଇପିସିର ଧାରା ୧୨୦-ବି ଏବଂ ଦୁର୍ନୀତି ନିବାରଣ ଆଇନର ବିଭିନ୍ନ ଧାରାରେ ମାମଲା ଦାଏର ହୋଇଛି। ଡିଲ୍‌ ପାଇଁ କମ୍ପାନୀ ପକ୍ଷରୁ ମଧ୍ୟସ୍ଥଙ୍କୁ କମିଶନ ଦିଆଯାଇଥିବା ସମ୍ପର୍କରେ ୨୦୧୭ରେ ବ୍ରିଟେନ୍‌ର ଏକ ଅଦାଲତ ରାୟ ଦେଇଥିଲେ। ୭୩୪.୨୧ ନିୟୁତ ପାଉଣ୍ଡରେ ୨୪ଟି ହଓ୍ବକ୍‌ ୧୧୫ ଏଜେଟି ବିମାନ କିଣିବା ପାଇଁ ୨୦୦୩ରୁ ୨୦୧୨ ମଧ୍ୟରେ ଅଭିଯୁକ୍ତ ମଧ୍ୟସ୍ଥମାନେ କେତେଜଣ ସରକାରୀ ଅଧିକାରୀଙ୍କ ସହ ମିଶି ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri