Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ଗିରଫ ଘଟଣା, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ, ୨୯।୦୬: ମଦ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ହାଜର କରିଛି ସିବିଆଇ । କୋର୍ଟଙ୍କୁ ସିବିଆଇ ଅଧିକାରୀ କେଜ୍ରିଆଲ୍‌ଙ୍କୁ ଆଉ ରିମାଣ୍ଡରେ ନେବାକୁ ମନା କରିଛନ୍ତି । ଅଧିକାରୀ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇବାକୁ କୋର୍ଟଙ୍କୁ ଅନୁରୋଧ କରିଥିଲେ । ଏହାର ବିଚାର କରି କୋର୍ଟ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି ।

ସୂଚନା ଥାଉକି ରାଉଜ ଆଭେନ୍ୟୁ କୋର୍ଟ କେଜରିୱାଲଙ୍କୁ ୩ ଦିନ ରିମାଣ୍ଡରେ ନେବା ପାଇଁ ସିବିଆଇକୁ ଅନୁମତି ଦେଇଥିଲେ । ଯାହାକି ଆଜି ସରିଛି । ରିମାଣ୍ଡ ସରିବା ପରେ କୋର୍ଟରେ ତାଙ୍କୁ ସିବିଆଇ ହାଜର କରିଥିଲା । ଶନିବାର ହୋଇଥିବାରୁ କେଜରିୱାଲ୍‌ଙ୍କୁ ଡ୍ୟୁଟିରେ ଥିବା ମାଜିଷ୍ଟ୍ରେଟ୍‌ଙ୍କ ନିକଟରେ ହାଜର କରାଯାଇଥିଲା । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଓକିଲ ବିଚାର ବିଭାଗୀୟ ହାଜତ ବିରୋଧରେ ଯିବାପାଇଁ ଆପ୍ଲିକେସନ୍‌ ଦେବାକୁ କୋର୍ଟଙ୍କ ଠାରୁ କିଛିଦିନର ସମୟ ମାଗିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri