ସିବିଆଇ, ଇଡି ଓଡ଼ିଶା ଆସିବା ଆବଶ୍ୟକ: ଜୟନାରାୟଣ

ଭୁବନେଶ୍ବର,୨୧ା୯(ବ୍ୟୁରୋ): ସିବିଆଇ ଓ ଇଡି ଓଡ଼ିଶା ଆସିବାର ଆବଶ୍ୟକତା ନିଶ୍ଚିତ ରହିଛି। କାରଣ ଓଡ଼ିଶାରେ ଦୁର୍ନୀତି ଚରମସୀମାରେ ପହଞ୍ଚିଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଦିଲ୍ଲୀରୁ ଫେରିବା ପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏହି କଥା କହିଛନ୍ତି। ସିବିଆଇ ଓ ଇଡି ଓଡ଼ିଶା ଆସିବେ କି ବୋଲି ଗଣମାଧ୍ୟମ ପ୍ରତିନିଧିମାନେ ପଚାରିବାରେ ସେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି।
ଜୟନାରାୟଣ ଆହୁରି କହିଛନ୍ତି, ଅନେକ ଲୋକଙ୍କ ଦୁର୍ନୀତିରେ ଓଡ଼ିଶା ଭାରାକ୍ରାନ୍ତ ହୋଇଯାଇଛି। ଏଣୁ ସେ ଭାବୁଛନ୍ତି, ଏଠାକୁ ସିବିଆଇ ଓ ଇଡି ଆସିବାର ଆବଶ୍ୟକତା ରହିଛି। ଓଡ଼ିଶାର ରାଜନୈତିକ ପରିସ୍ଥିତି ବିଷୟରେ ନଡ୍ଡା ଓ ଶାହାଙ୍କ ସହ ଆଲୋଚନା ହୋଇଛି ବୋଲି ଜୟନାରାୟଣ କହିଛନ୍ତି। ତେବେ ଓଡ଼ିଶାକୁ ସିବିଆଇ, ଇଡି ଆସିବା ଏବଂ ଭାଜପା ସଙ୍ଗଠନ ମଜଭୁତ କରିବା କଥାକୁ କଂଗ୍ରେସ ଏବଂ ବିଜେଡି ସମାଲୋଚନା କରିଛନ୍ତି। ଅନ୍ୟପଟେ ଆସନ୍ତା ୨୯ ଏବଂ ୩୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଜେ.ପି. ନଡ୍ଡା ଆସୁଥିବା ବେଳେ ଆସନ୍ତା ସପ୍ତାହକ ମଧ୍ୟରେ ଓଡ଼ିଶା କ୍ଷେତ୍ର ପ୍ରଭାରୀ ସୁନୀଲ ବଂଶଲ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri