Posted inଜାତୀୟ

ସିବିଆଇକୁ ମିଳିଲା ଶାଜହାନ ଶେଖ୍‌ଙ୍କ କଷ୍ଟଡି

କୋଲକାତା,୫।୩ ପଶ୍ଚିମବଙ୍ଗର ସନ୍ଦେଶଖାଲିରେ ଆଦିବାସୀ ମହିଳାଙ୍କୁ ଯୌନ ନିର୍ଯାତନା, ଜମି ହଡ଼ପ ଏବଂ ଜବରଦସ୍ତ ଚାନ୍ଦା ଆଦାୟ ମାମଲାରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବାହୁବଳୀ ନେତା ଶାଜହାନ ଶେଖ୍‌ଙ୍କୁ ସିବିଆଇକୁ ହସ୍ତାନ୍ତର କରାଯାଇଛି। କାଲ୍‌କାଟା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାର ୨୬ ଘଣ୍ଟା ପରେ ଶେଖଙ୍କୁ ହସ୍ତାନ୍ତର କରାଯାଇଛି। ଇଡି ଅଧିକାରୀଙ୍କୁ ମାଡ ମାରିବା ଘଟଣାରେ ଶାଜହାନ ଗିରଫ ହୋଇଛନ୍ତି। ପଶ୍ଚିମବଙ୍ଗ ସିଆଇଡି ଘଟଣାର ତଦନ୍ତ କରୁଛି। ତେବେ ମଙ୍ଗଳବାର ହାଇକୋର୍ଟ ଶାଜହାନଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ପୋଲିସକୁ କହିଥିଲେ। କିନ୍ତୁ ପଶ୍ଚିମବଙ୍ଗ ସରକାର କିମ୍ବା ପୋଲିସ କୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କରଥିଲେ। ଏନେଇ ସିବିଆଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ହାଇକୋର୍ଟ ଏହା ଉପରେ ରାୟ ଶୁଣାଇ ଶାଜହାନଙ୍କୁ ବୁଧବାର ଅପରାହ୍ନ ୪.୧୫ ସୁଦ୍ଧା ସିବିଆଇକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ଇତିମଧ୍ୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିଏମ୍‌ସିର ନିଲମ୍ବିତ ନେତା ଶାଜହାନଙ୍କର ଜମି, ଆପାର୍ଟମେଣ୍ଟ ସମେତ ୧୨.୭୮ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି। ତାଙ୍କର ଦୁଇଟି ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଜବତ ହୋଇଛି।
ଗତ ଜାନୁଆରୀ ୫ରେ ଇଡି ଅଧିକାରୀମାନେ ଚଢ଼ାଉ କରିବାକୁ ଯାଇଥିବାବେଳେ ଶାଜହାନଙ୍କ ସମର୍ଥକମାନେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏହା ପରଠାରୁ ଶାଜହାନ ଫେରାର ହୋଇଯାଇଥିଲେ। ୫୫ ଦିନ ପରେ ସ୍ବତନ୍ତ୍ର ପୋଲିସ ଟିମ୍‌ ତାଙ୍କୁ ଗିରଫ କରିବା ପରେ ଟିଏମ୍‌ସି ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?