Posted inଜାତୀୟ

ମଣିପୁରର ୨୦ ମାମଲା ସିବିଆଇକୁ ହସ୍ତାନ୍ତର

ଇମ୍ଫାଲ,୨୧।୮: ମଣିପୁରରେ କୁକି-ମେଇତି ସମ୍ପ୍ରଦାୟର ଜଣେ ୭ ବର୍ଷୀୟ ଶିଶୁ ସମେତ ତାଙ୍କ ମା’ ଓ ଖୁଡ଼ୀଙ୍କୁ ଆମ୍ବୁଲାନ୍ସରେ ଜିଅନ୍ତା ଜାଳି ଦିଆଯାଇଥିଲା। ମଣିପୁର ପୋଲିସ ବର୍ତ୍ତମାନ ଏହି ମାମଲା ସମେତ ଅନ୍ୟ ୨୦ ମାମଲାକୁ ସିବିଆଇକୁ ହସ୍ତାନ୍ତର କରିଛି।

ସିବିଆଇ ବର୍ତ୍ତମାନ ସମସ୍ତ ଘଟଣାର ତଦନ୍ତ ଆରମ୍ଭ କରିଛି। ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି ତାଲିକାରେ ସାମିଲ ଦାବିକୁ ବିରୋଧ କରି ‘ଆଦିବାସୀ ଏକତା ମୋର୍ଚ୍ଚା’ ପକ୍ଷରୁ ଗତ ମେ ୩ ତାରିଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହାକୁ ନେଇ କୁକି ଏବଂ ମେଇତି ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିଲା। ଏଥିରେ ୧୬୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ଲୋକ ଆହତ ହୋଇଥିଲେ।

ଜୁନ ୪ ତାରିଖରେ ପଶ୍ଚିମ ଇମ୍ଫାଲର ଇରୋଇସେମ୍ବା ଜିଲାରେ ଜଣେ ୭ ବର୍ଷୀୟ ଶିଶୁ ଟନସିଙ୍ଗ୍‌ ହଙ୍ଗ୍‌ସିଙ୍ଗ୍‌ଙ୍କ ମୁଣ୍ଡରେ ଗୁଳି ବାଜିବାରୁ ସେ ଗୁରତର ହୋଇଥିଲେ। ତାଙ୍କ ମା’ ମୀନା ହଙ୍ଗ୍‌ସିଙ୍ଗ୍‌ ଏବଂ ଖୁଡି ଲାଦିଆ ଲୋଉରେମ୍ବମ୍‌ ତାଙ୍କୁ ମଣିପୁରସ୍ଥିତ ହସ୍ପିଟାଲକୁ ଏକ ଆମ୍ବୁଲାନ୍ସ ଯୋଗେ ନେଉଥିଲେ। ବାଳକଙ୍କ ମା’ ମୈତେଇ ସମ୍ପ୍ରଦାୟର ହୋଇଥିବା ବେଳେ ବାପା କୁକି ସମ୍ପ୍ରଦାୟର ଅଟନ୍ତି। ତେଣୁ ଉଭୟ ସମ୍ପ୍ରଦାୟ ପରସ୍ପର ଆରୋପ ପ୍ରତ୍ୟାରୋପ ମଧ୍ୟରେ ଶିଶୁ ସମେତ ଦୁଇ ମହିଳାଙ୍କୁ ଜିଅନ୍ତା ଜାଳିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri