Posted inଜାତୀୟ

ମାମଲାର ତଦନ୍ତ କରିପାରୁନି ସିବିଆଇ

ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରେ ପଡ଼ିରହିଥିବା ୧,୦୦୦ରୁ ଊର୍ଦ୍ଧ୍ୱ ମାମଲାକୁ ନେଇ ରାଜ୍ୟ ସଭାର ଉଚ୍ଚକ୍ଷମତାସମ୍ପନ୍ନ ସ୍ଥାୟୀ କମିଟି ଉଦ୍‌ବେଗ ପ୍ରକାଶ କରିଛି। ସିବିଆଇରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରାଗଲେ ମାମଲା ସଂଖ୍ୟା ହ୍ରାସ କରାଯାଇପାରିବ ବୋଲି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ଏମ୍‌ପି ସୁଶୀଲ ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ କାର୍ମିକ, ସାଧାରଣ ଅଭିଯୋଗ, ଆଇନ ଓ ନ୍ୟାୟ ସମ୍ପର୍କିତ ଷ୍ଟାଣ୍ଡିଂ କମିଟି କହିଛି।
ସିବିଆଇରେ ଖାଲିଥିବା ପଦବୀଗୁଡ଼ିକୁ ପୂରଣ କରିବା ସକାଶେ ତଦନ୍ତକାରୀ ସଂସ୍ଥାରେ ଯଥାଶୀଘ୍ର ସମ୍ଭବ କ୍ୟାଡର ପୁନର୍ଗଠନ କରିବାକୁ କମିଟି ନିଜ ରିପୋର୍ଟରେ ଉଲ୍ଲେଖ କରିଛି। ଏଥିରେ ଆହୁରି କୁହାଯାଇଛି ଯେ, ବିଳମ୍ବିତ ନ୍ୟାୟ ଆଦୌ ନ୍ୟାୟ ନ ମିଳିବା ସହ ସମାନ। ଦଶନ୍ଧି ଦଶନ୍ଧି ଧରି ମାମଲାଗୁଡ଼ିକୁ ଗଡ଼ାଯାଇପାରିବ ନାହିଁ।
ଏଠାରେ ଉଲ୍ଲେଖଯୋଗ୍ୟ, ତଦନ୍ତ ପାଇଁ ଶତାଧିକ ହାଇପ୍ରୋଫାଇଲ ବ୍ୟାଙ୍କ ଠକେଇ ମାମଲା ରାଜ୍ୟ ସରକାରମାନଙ୍କ ସାଧାରଣ ସମ୍ମତିକୁ ଅପେକ୍ଷା କରିଥିବା ନିକଟରେ ସିବିଆଇ ସ୍ବୀକାର କରିଥିଲା। ଏହି ମାମଲାଗୁଡ଼ିକର ତଦନ୍ତ ଲାଗି ୯ ରାଜ୍ୟ ସହମତି ପ୍ରକାଶ କରି ନ ଥିବା ଜଣାପଡ଼ିଛି। ଷ୍ଟାଣ୍ଡିଂ କମିଟିର ସଦ୍ୟ ରିପୋର୍ଟ ଅନୁସାରେ ଗତ କିଛି ମାସ ହେଲା ଅଭିଯୁକ୍ତଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଲାଗି ଅନୁମତି ଅଭାବରୁ ୭୨ ଭିଜିଲାନ୍ସ ମାମଲା ଗଡ଼ୁଛି। ସିବିଆଇ ପାଇଁ ୭,୨୭୩ ପଦବୀ ମଞ୍ଜୁର ହୋଇଥିବାବେଳେ ସେଥିରୁ ୫,୭୪୦ ପଦବୀ ପୂରଣ ହୋଇଛି। ଏଥିଯୋଗୁ ୧,୦୨୫ ମାମଲାର ତଦନ୍ତ ଆଗକୁ ବଢ଼ିପାରୁ ନାହିଁ। ସେଥିରୁ ୬୬ଟି ମାମଲା ୫ ବର୍ଷ ହେଲା ଗଡ଼ୁଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ଏହାବାଦ୍‌ ସିବିଆଇ ତଦନ୍ତାଧୀନ କେତୋଟି ମାମଲା ଉପରେ ଦେଶର ଅଦାଲତଗୁଡ଼ିକ ସ୍ଥଗିତାଦେଶ ଜାରି କରିଛନ୍ତି ତାହା ମଧ୍ୟ ଷ୍ଟାଣ୍ଡିଂ କମିଟି ଜାଣିବାକୁ ଚାହିଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri