ପୋଷ୍ଟ ଅଫିସରେ ସିବିଆଇ: ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର, ଏଜେଣ୍ଟ ଗିରଫ

ରାଉରକେଲା ଅଫିସ,୨୭।୨: ଜଣେ ଜମାକାରୀଙ୍କ ପାଖରୁ ୨ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ରାଉରକେଲା ହେଡ୍‌ ପୋଷ୍ଟ ଅଫିସର ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ବେହେରା ଏବଂ ଛେଣ୍ଡରେ ରହୁଥିବା ଏଜେଣ୍ଟ ବିମଲ କୁମାର ମୁଦୁଲିକୁ ସିବିଆଇ ସୋମବାର ଗିରଫ କରିଛି। ଭୁବନେଶ୍ବରରୁ ଆସିଥିବା ସିବିଆଇର ୧୦ ଜଣିଆ ଟିମ୍‌ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନଙ୍କଠାରୁ ନଗଦ ୫୦ ହଜାର ଟଙ୍କା ସହିତ ଦେଢ଼ଲକ୍ଷ ଟଙ୍କାର ଚେକ୍‌ ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ଛେଣ୍ଡରେ ରହୁଥିବା ପ୍ରଭାସିନୀ ସୂତାରଙ୍କ ସ୍ବାମୀ ସ୍ବର୍ଗତ ଶ୍ରୀଧର ସୂତାର ପୋଷ୍ଟାଲରେ ୫ଲକ୍ଷ ୩୦ହଜାର ଟଙ୍କା ଫିକ୍ସଡ୍‌ ରଖିଥିଲେ। ବର୍ତ୍ତମାନ ତାହା ସୁଧ ଓ ମୂଳ ସହିତ ୮ଲକ୍ଷ ଟଙ୍କା ହୋଇଛି। ଟଙ୍କା ଉଠାଇବା ପାଇଁ ପ୍ରଭାସିନୀ ଲିଗାଲ ହେଆର୍‌ ସାର୍ଟିଫିକେଟ ସହ ପୋଷ୍ଟାଲରେ ଆବେଦନ କରିଥିଲେ। ହେଲେ କଳିଙ୍ଗବିହାରରେ ରହୁଥିବା ପୋଷ୍ଟାଲ ଏଜେଣ୍ଟ ବିମଲ କୁମାର ମୁଦୁଲି ଏବଂ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ତାଙ୍କୁ ୨ଲକ୍ଷ ୫୦ହଜାର ଟଙ୍କା ଦେବା ଲାଞ୍ଚ ଦେବାକୁ କହିଥିଲେ। ଶେଷରେ ଏହା ୨ଲକ୍ଷ ଟଙ୍କାରେ ଫାଇନାଲ ହୋଇଥିଲା। ଏନେଇ ପ୍ରଭାସିନୀ ସିବିଆଇ କାର୍ଯ୍ୟାଳୟକୁ ଜଣାଇଥିଲେ। ଯୋଜନା ମୁତାବକ, ସୋମବାର ପ୍ରଭାସିନୀ ପୋଷ୍ଟ ଅଫିସରରେ ପହଞ୍ଚି ନଗଦ ୫୦ହଜାର ଟଙ୍କା ସହ ଦେଢ ଲକ୍ଷ ଟଙ୍କାର ଚେକ୍‌ ଦେଉଥିଲେ। ସେତିକିବେଳେ ପୂର୍ବରୁ ଛପି ରହିଥିବା ୧୦ ଜଣିଆ ସିବିଆଇ ଟିମ୍‌ ୫୦ ହଜାର ଟଙ୍କା ସହ ଚେକ୍‌ ଜବତ କରିଥିଲେ। ଏପରିକି ସିବିଆଇ ଅଧିକାରୀମାନେ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ବିଶ୍ବରଞ୍ଜନ ଏବଂ ଏଜେଣ୍ଟ ବିମଲଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?