Posted inଜାତୀୟ

ରାମପୁରହାଟରେ ସିବିଆଇ ତନାଘନା

କୋଲକାତା,୨୬ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଫରେନ୍‌ସିକ୍‌ ଟିମ୍‌ ଶୁକ୍ରବାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟ ଗୃହଦାହ ମାମଲାର ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ଏହାର ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରାଯାଇଥିଲା। କିନ୍ତୁ ହାଇକୋର୍ଟ ଏସ୍‌ଆଇଟିର ଯାଞ୍ଚକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ସିବିଆଇକୁ ଏହାର ତଦନ୍ତ ଭାର ଦେଇଛନ୍ତି। ଏଥିସହ ଏପ୍ରିଲ ୭ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ଗୃହଦାହ ଘଟଣାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କଠାରୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି। ଭାଜପା ଏମ୍‌ପିଙ୍କ ୯ ଜଣିଆ ଟିମ୍‌ ଅପରାଧସ୍ଥଳ ପରିଦର୍ଶନ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ହସ୍ତକ୍ଷେପ ଲୋଡ଼ିବା ପରେ ମନ୍ତ୍ରଣାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଛି। ଭାଜପା ଏବଂ ସିପିଆଇଏମ୍‌ ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କରିଥିବାବେଳେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ତଦନ୍ତକାରୀ ସଂସ୍ଥାକୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କହିଛି।
ପ୍ରକାଶ ଯେ, ବର୍ଶାଲ ଗ୍ରାମର ଟିଏମ୍‌ସି ନେତା ଭାଦୁ ଶେଖ୍‌ଙ୍କୁ ସୋମବାର ରାତିରେ ହତ୍ୟା କରାଯାଇଥିଲା। ଏହାର କିଛି ଘଣ୍ଟା ପରେ ରାମପୁରହାଟର ବୋଗ୍‌ତୁଇ ଗ୍ରାମରେ ଏକ ଭସ୍ମୀଭୂତ ଘରୁ ୭ ଜଣଙ୍କ ମୃତଦେହ ମିଳିଥିବାବେଳେ ଅନ୍ୟ ଜଣେ ଆହତ ମହିଳା ହସ୍ପିଟାଲରେ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ୨ ଶିଶୁ ଓ ୬ ମହିଳା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?