Posted inଜାତୀୟ

ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ ପୂର୍ବରୁ ସିବିଆଇକୁ ନେବାକୁ ପଡିବ ରାଜ୍ୟ ସରକାରଙ୍କ ଅନୁମତି

ମୁମ୍ବାଇ,୨୨ ।୧୦: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କୌଣସି ମାମଲାର ଯାଞ୍ଚ ପାଇଁ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ସିବିଆଇକୁ ଦେଇଥିବା ସହମତିକୁ ପ୍ରତ୍ୟାହର କରି ନେଇଛନ୍ତି । ତେଣୁ ଏହାପରେ ରାଜ୍ୟର ଯେ କୌଣସି ମାମଲାର ତଦନ୍ତ ପାଇଁ ସିବିଆଇକୁ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡିବ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ମହାରାଷ୍ଟ୍ର ରାଜ୍ୟ ସଭା ଏମ୍‌ପି ସଞ୍ଚୟ ରାଉତ ଯଥାର୍ଥ ବୋଲି କହିଛନ୍ତି । ସେ କହିଛନ୍ତି ଜାତୀୟ ମାମଲା ପ୍ରସଙ୍ଗରେ ସିବିଆଇର ତଦନ୍ତ କରିବାର ଅଧିକାର ରହିଛି । ରାଜ୍ୟର ମାମଲାକୁ ପ୍ରଥମରୁ ହିଁ ଆମ ପୋଲିସ ଦ୍ୱାରା ଯାଞ୍ଚ କରାଯାଉଛି । ତେଣୁ ଏଥିରେ ହସ୍ତକ୍ଷେପ ଯୋଗୁ ସରକାରଙ୍କୁ ଏଭଳି ନିଷ୍ପତ୍ତି ନେବାକୁ ପଡିଛି । ଏହାସହ ସିବିଆଇ ଛୋଟ ଛୋଟ ମାମଲାରେ ମଧ୍ୟ ପ୍ରବେଶ କରିବା ଦେଖାଗଲା । ସିବିଆଇର ନିଜର ଏକ ଅସ୍ତିତ୍ୱ ରହିଛି । ତେଣୁ ମହାରାଷ୍ଟ୍ରରେ ଯଦି କୌଣସି ଜାତୀୟ କାରଣ ଥାଏ ତେବେ ସେଥିରେ ସିବିଆଇ ତା’ର ଅନୁସନ୍ଧାନ କରିବାର ଅଧିକାର ରହିଛି । ଅନ୍ୟପଟେ ମହାରାଷ୍ଟ୍ର ଓ ମୁମ୍ବାଇ ପୋଲିସର ଏକ ଅଧିକାର ରହିଛି ଯାହାକୁ ସମ୍ବିଧାନ ଦେଇଛି ବୋଲି ରାଉତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri