ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ମାମଲା: ଖାରଜ ପାଇଁ ରାଜ୍ୟ ସରକାରଙ୍କ ଆବେଦନ

କଟକ,୬ା୩(କାର୍ତ୍ତିକ ସାହୁ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ରାଜ୍ୟ ସରକାର ଜବାବ ଦାଖଲ କରି ଉକ୍ତ ମାମଲାରେ ଅଭିଯୁକ୍ତମାନଙ୍କୁ ନିମ୍ନ ଅଦାଲତରେ ଦଣ୍ଡବିଧାନ ହୋଇସାରିଛି ବୋଲି ଦର୍ଶାଇଛନ୍ତି। ୨୦୧୩ରେ ଫୁଲବାଣୀ କୋର୍ଟ ଉକ୍ତ ଘଟଣାରେ ଦୁଇଟି ମାମଲାର ଶୁଣାଣି କରି ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଫୁଲବାଣୀ ଅତିରିକ୍ତ ସେସନ୍‌ କୋର୍ଟଙ୍କ ଉକ୍ତ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟରେ ୪ଟି ଅପିଲ୍‌ ମଧ୍ୟ ବିଚାରାଧୀନ ରହିଛି। ଏପରି କ୍ଷେତ୍ରରେ ଘଟଣାର ସିବିଆଇ ତଦନ୍ତ ଅପ୍ରାସଙ୍ଗିକ। ଏଣୁ ଆବେଦନକାରୀଙ୍କ ମାମଲାକୁ ଖାରଜ କରାଯାଉ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ପ୍ରତି ଜବାବ ମଧ୍ୟ ଦାଖଲ କରାଯାଇଛି। ହାଇକୋର୍ଟର ବିଚାରପତି ଭି. ନରସିଂହ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ପାଇଁ ଆସନ୍ତା ୧୩ ତାରିଖକୁ ଧାର୍ଯ୍ୟ କରିଛନ୍ତି।
ମାମଲାର ବିବରଣୀ ଅନୁସାରେ, ୨୦୦୮ ଅଗଷ୍ଟ ୨୩ରେ କନ୍ଧମାଳ ଦଙ୍ଗା ହୋଇଥିଲା। ଏହି ଦଙ୍ଗାରେ ବିଶ୍ୱହିନ୍ଦୁ ପରିଷଦର ନେତା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଓ ତାଙ୍କର ୪ ସହଯୋଗୀଙ୍କୁ ଜଳେଶପଟା ଆଶ୍ରମରେ ହତ୍ୟା କରାଯାଇଥିଲା। ଦଙ୍ଗାର ଦୁଇଦିନ ପରେ ଅର୍ଥାତ୍‌ ୨୫ ତାରିଖରେ ବାଲିଗୁଡ଼ା ଥାନାର କେ. ନୂଆଗାଁ ଅଞ୍ଚଳରେ ୨୯ ବର୍ଷୀୟ କ୍ୟାଥୋଲିକ୍‌ ନନ୍‌ଙ୍କୁ ଗଣ ବଳାତ୍କାର କରାଯାଇଥିବା ନେଇ ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଥିଲା। କ୍ରାଇମ୍‌ବ୍ରାଞ୍ଚ ଏହି ମାମଲାର ତଦନ୍ତ ଭାର ନେଇଥିଲା। ପ୍ରଥମ ପର୍ଯ୍ୟାୟରେ ୧୦ ଜଣଙ୍କ ବିରୋଧରେ ଅଭିଯୋଗ ଫର୍ଦ୍ଦ କ୍ରାଇମବ୍ରାଞ୍ଚ ଦାଖଲ କରିଥିଲା। ସମ୍ପୃକ୍ତ ନନ୍‌ ଚୌଦ୍ୱାର ଜେଲ୍‌ରେ ଟିଆଇ ପରେଡ୍‌ରେ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଥିଲେ। ତେବେ ମାମଲାର ସାକ୍ଷୀ ଓ ନନ୍‌ଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଯାଇ ୨୦୧୦ରେ ମାମଲାକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ମାମଲାଟି କଟକ ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତକୁ ସ୍ଥାନାନ୍ତର ହୋଇଥିଲା। ଏଥିରେ ୨୯ ଜଣଙ୍କର ସାକ୍ଷ୍ୟଗ୍ରହଣ ହୋଇଥିଲା। ତେବେ ଆବେଦନକାରୀ ଇଂ ଦେବାଶିଷ ହୋତା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିବିଆଇକୁ ତଦନ୍ତଭାର ଦେବାକୁ ହାଇକୋର୍ଟରେ ଆବେଦନ କରିଥିଲେ। ଏଥିରେ ସେ ଦର୍ଶାଇଥିଲେ ଯେ, ପ୍ରକୃତ ହତ୍ୟାକାରୀମାନେ ଏବେ ବି ବାହାରେ ବୁଲୁଛନ୍ତି। ଘଟଣାର ସଠିକ୍‌ ଭାବେ ତଦନ୍ତ କରାଯାଇନାହିଁ। ପୁଣି କନ୍ଧମାଳ ଦଙ୍ଗା ଘଟଣାର ବିଚାର ବିଭାଗୀୟ ତଦନ୍ତର ରିପୋର୍ଟ ସାର୍ବଜନୀନ ହୋଇନାହିଁି। ଏପରିସ୍ଥଳେ ଏହାର ସିବିଆଇ ତଦନ୍ତ କରାଗଲେ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିପାରିବ ବୋଲି ସେ ଆବେଦନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri