ସିବିଆଇ ତଦନ୍ତ, ୫୦ ଲକ୍ଷ କ୍ଷତିପୂରଣ ଦାବି

କଟକ ଅଫିସ,୫। ୧୦: ବରଗଡ଼ ଟାଉନ ଥାନା ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ସହ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇଦେବା ଦାବି ନେଇ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଆବେଦନ କରାଯାଇଛି। ମୃତକ ଗୋବିନ୍ଦ କୁମ୍ଭାରଙ୍କୁ ଗତ ସେପ୍ଟେମ୍ବର ୨୪ ତାରିଖ ରାତିରେ ଉଠାଇ ନେଇଥିବା ଟାଉନ ଥାନା ଏସ୍‌ଆଇ ମଙ୍ଗଳ କିସୋ, ଏଏସ୍‌ଆଇ ପିତାମ୍ବର ବେହେରା, କ୍ଷୀରୋଦ ବିଶ୍ୱାଳ, ଜଗବନ୍ଧୁ ଜଗଦଳା ଏବଂ ଅନ୍ୟମାନଙ୍କ ବିରୋଧରେ ହତ୍ୟା ମାମଲା (୩୦୨ ଦଫା) ରୁଜୁ ଲାଗି ନିର୍ଦ୍ଦେଶ ଦେବାକୁ ଏଥିରେ ପ୍ରାର୍ଥନା କରାଯାଇଛି। ଏହି ମାମଲାରେ କେନ୍ଦ୍ର ସରକାର, ରାଜ୍ୟ ସରକାର, ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ ଡିଜି, ବରଗଡ଼ ଏସ୍‌ପି ଏବଂ ବରଗଡ଼ ଟାଉନ ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଛନ୍ତି। ପିଟିଶନରେ ଦର୍ଶାଯାଇଛି ଯେ, ଗତ ଜୁଲାଇରେ ବରଗଡ଼ ଟାଉନ ଥାନା ଅଧୀନ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାର ଓ ଅନ୍ୟ ୪ଜଣଙ୍କ ମଧ୍ୟରେ ଗୋଷ୍ଠୀ ବିବାଦ ନେଇ ମାମଲା ରୁଜୁ ହୋଇଥିଲା। ଗୋବିନ୍ଦଙ୍କୁ ଜାମିନ ମିଳି ନ ଥିବାବେଳେ ଅନ୍ୟ ୪ଜଣଙ୍କୁ ୪୧ ଏ-ସିଆର୍‌ପିସିରେ ପୋଲିସ ଜାମିନ ଦେଇଥିଲା। ପରେ ୨୪ ତାରିଖ ରାତିରେ ଉପରୋକ୍ତ ପୋଲିସ କର୍ମଚାରୀମାନେ ତାଙ୍କୁ ଉଠାଇ ନେଇଥିଲେ। ଯାହାକି ପୋଲିସକୁ ସନ୍ଦେହ ଘେରକୁ ଟାଣିନେଉଛି। ୨୫ତାରିଖ ସକାଳେ ପରିବାର ଲୋକେ ଥାନାକୁ ଯାଇ ପଚାରିବାରୁ ଛାତି ବ୍ୟଥା ଓ ବାନ୍ତି ଯୋଗୁ ଗୋବିନ୍ଦଙ୍କୁ ଖେଡ଼ାପଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କୁହାଯାଇଥିଲା। ସେମାନେ ହସ୍ପିଟାଲକୁ ଯାଇ ଗୋବିନ୍ଦଙ୍କୁ ମୃତାବସ୍ଥାରେ ଦେଖିବାକୁ ପାଇଥିଲେ। ଗୋବିନ୍ଦଙ୍କ ପିଠି, ପେଟ ପ୍ରଭୃତି ବିଭିନ୍ନ ସ୍ଥାନରେ ମାଡ଼ ଚିହ୍ନ ରହିଥିଲା। ଏନେଇ ତାଙ୍କ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଅଣାଯିବା ପରେ ଥାନା ସିସିଟିଭିକୁ ଜାଣିଶୁଣି ଅଚଳ କରିଦିଆଯାଇଥିବା ପିଟିଶନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri