Posted inଜାତୀୟ

ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା

ଚେନ୍ନାଇ, ୧୯।୮(ଆଇଏଏନ୍‌ଏସ୍‌): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଫାଇନାନ୍ସ କମ୍ପାନୀର ଠକେଇ ମାମଲାର ତଦନ୍ତ ତାମିଲନାଡୁ ପୋଲିସ କରୁଥିବାବେଳେ ଏହାକୁ ସିବିଆଇକୁ ହସ୍ତାନ୍ତର କରିବା ଲାଗି ମାଡ୍ରାସ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ମଙ୍ଗଳବାର ହାଇକୋର୍ଟ ଏହାର ଶୁଣାଣି କରିବା ଅବସରରେ କହିଥିଲେ, କେବଳ ସିବିଆଇକୁ ବୈଧାନିକ ମାନ୍ୟତା ଦିଆଗଲେ, ଏହାର ସ୍ବୟଂକ୍ରିୟ କ୍ଷମତା ସୁନିଶ୍ଚିତ ହୋଇପାରିବ। ଦ୍ୱିତୀୟରେ ସିବିଆଇ ଅଫିସରମାନଙ୍କୁ ଡେପୁଟେଶନରେ ନ ଆଣି ଏହାର ନିଜସ୍ବ ଉତ୍ସର୍ଗୀକୃତ ଅଫିସର କ୍ୟାଡର ରହିବା ଆବଶ୍ୟକ। ଭାରତର କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ (ସିଏଜି) ଯେପରି କେବଳ ପାର୍ଲାମେଣ୍ଟ ନିକଟରେ ଉତ୍ତରଦାୟୀ, ସିବିଆଇକୁ ସେହିଭଳି ସ୍ବୟଂକ୍ରିୟ କ୍ଷମତା ମିଳିବା ଆବଶ୍ୟକ ବୋଲି ଅଦାଲତ କହିଥିଲେ। ଭାରତ ସରକାରଙ୍କ ସଚିବମାନଙ୍କ ଏକ୍ସ-ଅଫିସିଓ କ୍ଷମତା ଭଳି ସିବିଆଇ ନିର୍ଦ୍ଦେଶକଙ୍କୁ ସିଧାସଳଖ ମନ୍ତ୍ରଣାଳୟ ନିକଟରେ ରିପୋର୍ଟିଂ କରିବା କ୍ଷମତା ମିଳିବା ସପକ୍ଷରେ ହାଇକୋର୍ଟ କହିଥିଲେ। ରାଜ୍ୟଗୁଡ଼ିକର ସହମତି ବିନା କୌଣସି ମାମଲାର ତଦନ୍ତ ସୁପ୍ରିମକୋର୍ଟ ଓ ହାଇକୋର୍ଟଗୁଡ଼ିକ ସିବିଆଇ ଉପରେ ନ୍ୟସ୍ତ କରୁଛନ୍ତି। ତେଣୁ ସିବିଆଇକୁ ପୂର୍ବାପେକ୍ଷା ଅଧିକ କ୍ଷମତା ଓ ତଦନ୍ତ ଅଧିକାର କ୍ଷେତ୍ର ଦେବା ପାଇଁ ସରକାର ସ୍ବତନ୍ତ୍ର ଆଇନ ଆଣିବାକୁ ନିଷ୍ପତ୍ତି ନିଅନ୍ତୁ ବୋଲି ଅଦାଲତ କହିଥିଲେ। ନିର୍ବାଚନ କମିଶନ ଏବଂ ସିଏଜିଙ୍କ ଭଳି ସିବିଆଇକୁ ଅଧିକ ସ୍ବାଧୀନତା ଓ ଅଲଗା ବଜେଟ ମଞ୍ଜୁର ହେବା ଆବଶ୍ୟକ ବୋଲି ହାଇକୋର୍ଟ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri