‘ହାଲ୍‌’ର ଦୁଇ କର୍ମଚାରୀଙ୍କୁ ଉଠାଇନେଲା ସିବିଆଇ

କୋରାପୁଟ,୧୧ା୨(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନେଟିକ୍ସ ଲିମିଟେଡ୍‌ (ହାଲ)ରେ ଶନିବାର ଅପରାହ୍ନରେ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ( ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇ ହାଲରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କୁ ଉଠାଇ ନେଇଛି। ଉଠାଇ ନେଇଥିବା କର୍ମଚାରୀ ସତ୍ୟଜିତ୍‌ ଖାଡ଼ଙ୍ଗା, ଦେବାଶିଷ କୁମାର ନାୟକ ବୋଲି ଜଣାପଡ଼ିଛିା ଏହି ସିବିଆଇ ଟିମ୍‌ ମହାରାଷ୍ଟ୍ରର ନାସିକରୁ ଆସିଥିବା ଜଣାପଡ଼ିଛି। ଉଠାଇ ନେଇଥିବା ଦୁହିଁଙ୍କ ମଧ୍ୟରେ ହାଲର ପଦସ୍ଥ ଅଧିକାରୀ ଦେବାଶିଷ କୁମାର ନାୟକ ରହିଛନ୍ତି। ତାଙ୍କଠାରୁ ସିବିଆଇ ଟିମ୍‌ ଏକ ଲାପଟପ ସହ ହାଡ୍‌ଡିସ୍କ ଜବତ କରିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏହି ଘଟଣା ପରେ ହାଲ୍‌ରେ କର୍ମଚାରୀଙ୍କ ମଧ୍ୟରେ ଏକପ୍ରକାର ଅଜଣା ଭୟ ଦେଖାଦେଇଛି। ଏହି ଦୁଇ କର୍ମଚାରୀଙ୍କୁ ଏକ ଅଜଣା ସ୍ଥାନରେ ନେଇ ଜେରା ଚାଲିଥିବା ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri