ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର ଓ ଉତ୍ତରଦାୟିତ୍ୱ। ବିଶେଷ କରି ସାଧାରଣ ନାଗରିକଙ୍କ ଉପରେ ଦୁର୍ନୀତିର ଅଧିକ ପ୍ରଭାବ ପଡ଼ିଥାଏ। ସରକାରୀ ନିଷ୍କ୍ରିୟତା ଏହାକୁ ପ୍ରୋତ୍ସାହନ ଦେଇଥାଏ ଓ ଏହାଦ୍ୱାରା ଆର୍ଥିକ ଅପରଗତା ସୃଷ୍ଟି ହୋଇଥାଏ। ଏଥିସହ ଦେଶର ସୁରକ୍ଷା ପ୍ରତି ମଧ୍ୟ ଗମ୍ଭୀର ବିପଦ ସୃଷ୍ଟି କରିଥାଏ। ଛୋଟ କିମ୍ବା ବଡ଼ ଦୁର୍ନୀତି ସବୁବେଳେ ଅନ୍ୟର ଅଧିକାର ଛଡ଼ାଇ ନେଇଥାଏ ବୋଲି ଡ. ମିଶ୍ର କହିଥିଲେ। ଦୁର୍ନୀତି ନିବାରଣ ଦିବସର ବିଷୟବସ୍ତୁ ‘ୟୁଏନ୍‌ସିଏସ୍‌ ଆଟ୍‌ ୨୦: ଦୁର୍ନୀତି ବିରୋଧରେ ବିଶ୍ୱକୁ ଏକଜୁଟ୍‌ କରିବା’ ସମ୍ପର୍କରେ ସେ କହିଲେ, ସବୁ ଦେଶ ଏହା ବିରୋଧରେ ଏକଜୁଟ ହୋଇ ଲଢିବାର ସମୟ ଆସିଛି। ଏଥିସହ ଅଭିନବ ଦୁର୍ନୀତି ନିବାରଣ ସମାଧାନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ୩୪ଜଣ ସିବିଆଇ ଅଧିକାରୀ ଓ କର୍ମଚାରୀଙ୍କୁ ଉତ୍କୃଷ୍ଟ ସେବା ପାଇଁ ପଦକ ବିତରଣ କରାଯାଇଥିଲା। ମୁଖ୍ୟ ଦୁର୍ନୀତି ନିବାରଣ ଆୟୁକ୍ତ, କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତଗଣ, ଲୋକପାଳ ସଦସ୍ୟ, ୟୁପିଏସ୍‌ସି ଅଧ୍ୟକ୍ଷଙ୍କ ସହ ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ, ସିବିଆଇର ସମସ୍ତ ଶାଖା ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୟସୱାଲ ସ୍ବାଗତ ଭାଷଣ ଓ ସ୍ବତନ୍ତ୍ର ନିର୍ଦ୍ଦେଶକ ପ୍ରବୀଣ ସିହ୍ନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri