ସିବିଆଇର ୩୪ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଅନ୍ତର୍ଜାତୀୟ ଦୁର୍ନୀତି ନିବାରଣ ଦିବସ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ. ମିଶ୍ର ଯୋଗଦେଇ କହିଲେ, ଦୁର୍ନୀତି ରୂପକ ଅପରାଧ ରୋକିବା ସମସ୍ତଙ୍କ ଅଧିକାର ଓ ଉତ୍ତରଦାୟିତ୍ୱ। ବିଶେଷ କରି ସାଧାରଣ ନାଗରିକଙ୍କ ଉପରେ ଦୁର୍ନୀତିର ଅଧିକ ପ୍ରଭାବ ପଡ଼ିଥାଏ। ସରକାରୀ ନିଷ୍କ୍ରିୟତା ଏହାକୁ ପ୍ରୋତ୍ସାହନ ଦେଇଥାଏ ଓ ଏହାଦ୍ୱାରା ଆର୍ଥିକ ଅପରଗତା ସୃଷ୍ଟି ହୋଇଥାଏ। ଏଥିସହ ଦେଶର ସୁରକ୍ଷା ପ୍ରତି ମଧ୍ୟ ଗମ୍ଭୀର ବିପଦ ସୃଷ୍ଟି କରିଥାଏ। ଛୋଟ କିମ୍ବା ବଡ଼ ଦୁର୍ନୀତି ସବୁବେଳେ ଅନ୍ୟର ଅଧିକାର ଛଡ଼ାଇ ନେଇଥାଏ ବୋଲି ଡ. ମିଶ୍ର କହିଥିଲେ। ଦୁର୍ନୀତି ନିବାରଣ ଦିବସର ବିଷୟବସ୍ତୁ ‘ୟୁଏନ୍‌ସିଏସ୍‌ ଆଟ୍‌ ୨୦: ଦୁର୍ନୀତି ବିରୋଧରେ ବିଶ୍ୱକୁ ଏକଜୁଟ୍‌ କରିବା’ ସମ୍ପର୍କରେ ସେ କହିଲେ, ସବୁ ଦେଶ ଏହା ବିରୋଧରେ ଏକଜୁଟ ହୋଇ ଲଢିବାର ସମୟ ଆସିଛି। ଏଥିସହ ଅଭିନବ ଦୁର୍ନୀତି ନିବାରଣ ସମାଧାନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ୩୪ଜଣ ସିବିଆଇ ଅଧିକାରୀ ଓ କର୍ମଚାରୀଙ୍କୁ ଉତ୍କୃଷ୍ଟ ସେବା ପାଇଁ ପଦକ ବିତରଣ କରାଯାଇଥିଲା। ମୁଖ୍ୟ ଦୁର୍ନୀତି ନିବାରଣ ଆୟୁକ୍ତ, କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତଗଣ, ଲୋକପାଳ ସଦସ୍ୟ, ୟୁପିଏସ୍‌ସି ଅଧ୍ୟକ୍ଷଙ୍କ ସହ ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ, ସିବିଆଇର ସମସ୍ତ ଶାଖା ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୟସୱାଲ ସ୍ବାଗତ ଭାଷଣ ଓ ସ୍ବତନ୍ତ୍ର ନିର୍ଦ୍ଦେଶକ ପ୍ରବୀଣ ସିହ୍ନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri