Posted inଜାତୀୟ

ୟୁପିଏ ସରକାର ଅମଳରେ ମୋଦିଙ୍କୁ ଫସାଇବାକୁ ସିବିଆଇ ପକାଇଥିଲା ଚାପ: ଅମିତ ଶାହା

ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରର ମୋଦି ସରକାର ସିବିଆଇ ଏବଂ ଇଡିକୁ ହାତମୁଠାରେ ରଖିଥିବା ଅଭିଯୋଗ କରୁଛନ୍ତି ବିରୋଧୀ। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଗୁଜରାଟରେ ହୋଇଥିବା ନକଲି ଏନ୍‌କାଉଣ୍ଟର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫସାଇବାକୁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ମୋତେ ଚାପ ପକାଇଥିଲା।
ଏକ ମିଡିଆ ଗ୍ରୁପ୍‌ ଇଭେଣ୍ଟରେ ଯୋଗଦେଇ ବିରୋଧୀ ଦଳଙ୍କ ଅଭିଯୋଗ ଉପରେ ଏକ ପ୍ରଶ୍ନର ଉତ୍ତରରେ ଶାହା କହିଛନ୍ତି, ଆମେ କ୍ଷମତା ଅପବ୍ୟବହାରର ଭୁକ୍ତଭୋଗୀ। ମୋ ବିରୋଧରେ ନକଲି ଏନ୍‌କାଉଣ୍ଟର ନେଇ ଏକ ମିଥ୍ୟା ମାମଲା କରାଯାଇଥିଲା। ମୋଦିଙ୍କ ନାମ ନେବାକୁ ଚାପ ସୃଷ୍ଟି ହୋଇଥିଲା। ୯୦ ପ୍ରତିଶତ ପ୍ରଶ୍ନରେ କୁହାଯାଇଥିଲା ଯେ, ଯଦି ଆପଣ ମୋଦିଙ୍କ ନାମ ନେବେ ତେବେ ଆମେ ଆପଣଙ୍କୁ ଛାଡ଼ିଦେବୁ। ମୋଦିଙ୍କ ବିରୋଧରେ ଏକ ରାଜ୍ୟ ଏସ୍‌ଆଇଟି ଗଠନ କରିଥିଲା, କିନ୍ତୁ ଆମେ କେବେ ଅନୁତାପ କରିନାହୁଁ।
ଦଙ୍ଗାରେ ମୋତେ ଫସାଇବାକୁ ଉଦ୍ୟମ ହୋଇଥିଲା। ମୋ ନାଁ ଦଙ୍ଗାରେ ସମ୍ପୃକ୍ତ ଥିବା ମାମଲା ଥିଲା, କିନ୍ତୁ କିଛି ବାହାରକୁ ଆସିଲା ନାହିଁ। କୌଣସି କଳା ପୋଷାକ ପିନ୍ଧି ଆମେ ବିରୋଧ କରିନାହୁଁ। ଏହି ମାମଲା ମୁମ୍ବାଇ କୋର୍ଟକୁ ଯାଇଥିଲା। ସେଠାରେ କୋର୍ଟ ଏହି ମାମଲାକୁ ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଥିଲେ। କଂଗ୍ରେସ ଏଗୁଡ଼ିକୁ ଅନୁଧ୍ୟାନ କରିବା ଉଚିତ୍‌ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri