Posted inଜାତୀୟ

କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି

କୋଲକାତା,୭।୬: ବଲିଉଡ୍‌ର ଖ୍ୟାତନାମା ପ୍ରଚ୍ଛଦପଟ ଗାୟକ କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ କାଲ୍‌କାଟା ହାଇକୋର୍ଟଙ୍କ ଏକ ଖଣ୍ଡପୀଠ ଶୁଣାଣି ପାଇଁ ସୋମବାର ଗ୍ରହଣ କରିଛନ୍ତି। ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ରବିଶଙ୍କର ଚଟ୍ଟୋପାଧ୍ୟାୟ ହାଇକୋର୍ଟରେ ଅପିଲ କରିଥିଲେ। ମୁଖ୍ୟ ବିଚାରପତି ପ୍ରକାଶ ଶ୍ରୀବାସ୍ତବ, ଜଷ୍ଟିସ ରାଜର୍ଷି ଭରଦ୍ୱାଜଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଆଇଏଲ୍‌କୁ ଗ୍ରହଣa କରିଛନ୍ତି। ରବିଶଙ୍କର ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି, ସେହି ଗତ ମାର୍ଚ୍ଚ ୩୧ର ସେହି ଦୁର୍ଭାଗ୍ୟଜନକ ସନ୍ଧ୍ୟାରେ ନଜରୁଲ୍‌ ମଞ୍ଚ ପରିଚାଳନାରେ ଗୁରୁତର ତ୍ରୁଟି ହୋଇଥିଲା। ସ୍ଥାନୀୟ ପ୍ରଶାସନର ଅବହେଳାରୁ ଏଭଳି ସ୍ଥିତି ଉପୁଜିଲା। ପରିଚାଳନାଗତ ତ୍ରୁଟି ପଛରେ ରହିଥିବା ଅବହେଳାକୁ ଖୋଜି ବାହାର କରିବା ଲାଗି ସିବିଆଇ ତଦନ୍ତ ଜରୁରୀ ବୋଲି ପିଆଇଏଲ୍‌ରେ ଦର୍ଶାଯାଇଛି।
କୋଲକାତାର ନଜରୁଲ୍‌ ମଞ୍ଚରେ ଗୁର୍‌ଦାସ କଲେଜର ବାର୍ଷିକ ଉତ୍ସବରେ କେକେ ସଙ୍ଗୀତ ପରିବେଷଣ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ ଓ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଡିଟୋରିୟମରେ ଦୁଇଗୁଣରୁ ଅଧିକ ଲୋକ ପ୍ରବେଶ କରିଥିଲେ। ଅତ୍ୟଧିକ ଗହଳି ଯୋଗୁ ଡୋର ଖୋଲିଦିଆଯିବାରୁ ଏସି କାମ କରି ନ ଥିଲା। କେକେ ସଙ୍ଗୀତ ପରିବେଷଣ କଲାବେଳେ ଅସୁସ୍ଥ ଅନୁଭବ କରିବା ସହ ଏସି ଚାଲୁ ନାହିଁ କି ବୋଲି ପଚାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri