Posted inଜାତୀୟ

କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି

କୋଲକାତା,୭।୬: ବଲିଉଡ୍‌ର ଖ୍ୟାତନାମା ପ୍ରଚ୍ଛଦପଟ ଗାୟକ କେକେଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବିରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ କାଲ୍‌କାଟା ହାଇକୋର୍ଟଙ୍କ ଏକ ଖଣ୍ଡପୀଠ ଶୁଣାଣି ପାଇଁ ସୋମବାର ଗ୍ରହଣ କରିଛନ୍ତି। ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ରବିଶଙ୍କର ଚଟ୍ଟୋପାଧ୍ୟାୟ ହାଇକୋର୍ଟରେ ଅପିଲ କରିଥିଲେ। ମୁଖ୍ୟ ବିଚାରପତି ପ୍ରକାଶ ଶ୍ରୀବାସ୍ତବ, ଜଷ୍ଟିସ ରାଜର୍ଷି ଭରଦ୍ୱାଜଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଆଇଏଲ୍‌କୁ ଗ୍ରହଣa କରିଛନ୍ତି। ରବିଶଙ୍କର ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି, ସେହି ଗତ ମାର୍ଚ୍ଚ ୩୧ର ସେହି ଦୁର୍ଭାଗ୍ୟଜନକ ସନ୍ଧ୍ୟାରେ ନଜରୁଲ୍‌ ମଞ୍ଚ ପରିଚାଳନାରେ ଗୁରୁତର ତ୍ରୁଟି ହୋଇଥିଲା। ସ୍ଥାନୀୟ ପ୍ରଶାସନର ଅବହେଳାରୁ ଏଭଳି ସ୍ଥିତି ଉପୁଜିଲା। ପରିଚାଳନାଗତ ତ୍ରୁଟି ପଛରେ ରହିଥିବା ଅବହେଳାକୁ ଖୋଜି ବାହାର କରିବା ଲାଗି ସିବିଆଇ ତଦନ୍ତ ଜରୁରୀ ବୋଲି ପିଆଇଏଲ୍‌ରେ ଦର୍ଶାଯାଇଛି।
କୋଲକାତାର ନଜରୁଲ୍‌ ମଞ୍ଚରେ ଗୁର୍‌ଦାସ କଲେଜର ବାର୍ଷିକ ଉତ୍ସବରେ କେକେ ସଙ୍ଗୀତ ପରିବେଷଣ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ ଓ ହସ୍ପିଟାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଡିଟୋରିୟମରେ ଦୁଇଗୁଣରୁ ଅଧିକ ଲୋକ ପ୍ରବେଶ କରିଥିଲେ। ଅତ୍ୟଧିକ ଗହଳି ଯୋଗୁ ଡୋର ଖୋଲିଦିଆଯିବାରୁ ଏସି କାମ କରି ନ ଥିଲା। କେକେ ସଙ୍ଗୀତ ପରିବେଷଣ କଲାବେଳେ ଅସୁସ୍ଥ ଅନୁଭବ କରିବା ସହ ଏସି ଚାଲୁ ନାହିଁ କି ବୋଲି ପଚାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri