ବାହାନଗା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ

ଭୁବନେଶ୍ୱର,୪ା୬: ବାଲେଶ୍ୱର ଜିଲା ବାହାନଗା ରେଳ ଷ୍ଟେଶନରେ ହୋଇଥିବା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ପାଇଁ ରେଲଓ୍ବେ ବୋର୍ଡ ପକ୍ଷରୁ ସୁପାରିଶ କରାଯାଇଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି।

ଯେଉଁ ପରିସ୍ଥିତିରେ ଘଟଣା ଘଟିଲା ତାହାର ବିଭାଗୀୟ ତଥ୍ୟ ମିଳିବା ପରେ ରେଲୱେ ବୋର୍ଡ ସିବିଆଇ ତଦନ୍ତ ସୁପାରିସ କରିଛି। ତେଣୁ ଘଟଣାର ତଦନ୍ତ ଦାୟିତ୍ୱ ସିବିଆଇକୁ ଦିଆଯିବ। ଦୁର୍ଘଟଣାର ସ୍ଥିତି ସଜାଡ଼ିବାରେ ପ୍ରଶାସନ ପକ୍ଷରୁ ଜୋରଦାର ଉଦ୍ୟମ ଜାରି ରହିଥିବା ରେଳମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାନଗାରେ ଦୁର୍ଘଟଣାସ୍ଥଳ ଏବଂ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କୁ ଭେଟିବା ପରେ ପ୍ରତିକ୍ରିୟାରେ ରଖିଥିଲେ। ଏହି ଘଟଣା ସରକାରଙ୍କ ପାଇଁ ଗମ୍ଭୀର ତଥା ସମ୍ବେଦନଶୀଳ ବୋଲି କହିବା ସହ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏପରିକି ଏହି ଭୟଙ୍କର ଦୁର୍ଘଟଣା ପାଇଁ ଯେଉଁମାନେ ଦୋଷୀ ପ୍ରମାଣିତ ହେବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri