Posted inଜାତୀୟ

ସିବିଆଇ ତଦନ୍ତ ସହାୟକ ହେବନି: ମମତା

ନୂଆଦିଲ୍ଲୀ/କୋଲକାତା, ୫ା୬: ଓଡ଼ିଶାରେ ୩ଟି ଟ୍ରେନ୍‌ ମଧ୍ୟରେ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)କୁ ଦିଆଯାଇଛି। ତେବେ ଏହି ତଦନ୍ତରୁ କୌଣସି ଫଳ ମିଳିବ ନାହିଁ ବୋଲି ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ସେ କୋଲକାତାର ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରେ ରେଳ ଦୁର୍ଘଟଣା ଆହତମାନଙ୍କୁ ଭେଟିବା ପରେ ଏହା କହିଛନ୍ତି। ୧୨ ବର୍ଷ ପୂର୍ବେ ଜ୍ଞାନେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାର ତଦନ୍ତ ସେ ସିବିଆଇକୁ ଦେଇଥିଲେ। ହେଲେ ସେଥିରୁ କୌଣସି ଫଳ ମିଳି ନ ଥିଲା। ସେହିପରି ସାଇନ୍ଥିଆ ମାମଲା ସିବିଆଇ ନେଇଥିଲେ ମଧ୍ୟ କିଛି ଫଳାଫଳ ମିଳି ନ ଥିଲା। ସିବିଆଇ ଆପରାଧିକ ମାମଲାର ତଦନ୍ତ କରିଥାଏ, ଦୁର୍ଘଟଣାର ନୁହେଁ। ଏଥିପାଇଁ ରେଲଓ୍ବେ ସେଫ୍‌ଟି କମିଶନ ରହିଛି। ସତ୍ୟ କ’ଣ ତାହା ଲୋକେ ଜାଣିବା ଆବଶ୍ୟକ। ସତକୁ ଚାପିଦେବାର ସମୟ ଇଏ ନୁହେଁ ବୋଲି ମମତା କହିଛନ୍ତି।
ରେଳଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରତି କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଦୃଷ୍ଟି ନ ଦେଇ ସେମାନଙ୍କ ଜୀବନ ସହ ଖେଳୁଥିବା କଂଗ୍ରେସ ଅଭିଯୋଗ କରିଛି। ଟ୍ରେନ୍‌ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିରୋଧୀ ଦଳ ସମାଲୋଚନା କରିଛି। ଅପରାଧର ତଦନ୍ତ ପାଇଁ ସିବିଆଇ ରହିଛି, ଟ୍ରେନ୍‌ ଦୁର୍ଘଟଣା ପାଇଁ ନୁହେଁ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ପ୍ରଯୁକ୍ତି, ଅନୁଷ୍ଠାନଗତ ଏବଂ ରାଜନୈତିକ ବିଫଳତାର ତଦନ୍ତ ଦାୟିତ୍ୱ ସିବିଆଇ ଉପରେ ନ୍ୟସ୍ତ କରାଯାଇପାରିବ ନାହିଁ ବୋଲି ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମସ୍ତ ଫମ୍ପା ସୁରକ୍ଷା ପ୍ରତିଶ୍ରୁତି ଏବେ ପଦାରେ ପଡ଼ିଛି। ସରକାର ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ପଦାକୁ ଆଣନ୍ତୁ ବୋଲି ଖାର୍ଗେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri