Posted inଜାତୀୟ

ସିବିଆଇ ତଦନ୍ତ ସହାୟକ ହେବନି: ମମତା

ନୂଆଦିଲ୍ଲୀ/କୋଲକାତା, ୫ା୬: ଓଡ଼ିଶାରେ ୩ଟି ଟ୍ରେନ୍‌ ମଧ୍ୟରେ ଦୁର୍ଘଟଣାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ)କୁ ଦିଆଯାଇଛି। ତେବେ ଏହି ତଦନ୍ତରୁ କୌଣସି ଫଳ ମିଳିବ ନାହିଁ ବୋଲି ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ସେ କୋଲକାତାର ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରେ ରେଳ ଦୁର୍ଘଟଣା ଆହତମାନଙ୍କୁ ଭେଟିବା ପରେ ଏହା କହିଛନ୍ତି। ୧୨ ବର୍ଷ ପୂର୍ବେ ଜ୍ଞାନେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାର ତଦନ୍ତ ସେ ସିବିଆଇକୁ ଦେଇଥିଲେ। ହେଲେ ସେଥିରୁ କୌଣସି ଫଳ ମିଳି ନ ଥିଲା। ସେହିପରି ସାଇନ୍ଥିଆ ମାମଲା ସିବିଆଇ ନେଇଥିଲେ ମଧ୍ୟ କିଛି ଫଳାଫଳ ମିଳି ନ ଥିଲା। ସିବିଆଇ ଆପରାଧିକ ମାମଲାର ତଦନ୍ତ କରିଥାଏ, ଦୁର୍ଘଟଣାର ନୁହେଁ। ଏଥିପାଇଁ ରେଲଓ୍ବେ ସେଫ୍‌ଟି କମିଶନ ରହିଛି। ସତ୍ୟ କ’ଣ ତାହା ଲୋକେ ଜାଣିବା ଆବଶ୍ୟକ। ସତକୁ ଚାପିଦେବାର ସମୟ ଇଏ ନୁହେଁ ବୋଲି ମମତା କହିଛନ୍ତି।
ରେଳଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରତି କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଦୃଷ୍ଟି ନ ଦେଇ ସେମାନଙ୍କ ଜୀବନ ସହ ଖେଳୁଥିବା କଂଗ୍ରେସ ଅଭିଯୋଗ କରିଛି। ଟ୍ରେନ୍‌ ଦୁର୍ଘଟଣାର ସିବିଆଇ ତଦନ୍ତକୁ ବିରୋଧୀ ଦଳ ସମାଲୋଚନା କରିଛି। ଅପରାଧର ତଦନ୍ତ ପାଇଁ ସିବିଆଇ ରହିଛି, ଟ୍ରେନ୍‌ ଦୁର୍ଘଟଣା ପାଇଁ ନୁହେଁ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ପ୍ରଯୁକ୍ତି, ଅନୁଷ୍ଠାନଗତ ଏବଂ ରାଜନୈତିକ ବିଫଳତାର ତଦନ୍ତ ଦାୟିତ୍ୱ ସିବିଆଇ ଉପରେ ନ୍ୟସ୍ତ କରାଯାଇପାରିବ ନାହିଁ ବୋଲି ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମସ୍ତ ଫମ୍ପା ସୁରକ୍ଷା ପ୍ରତିଶ୍ରୁତି ଏବେ ପଦାରେ ପଡ଼ିଛି। ସରକାର ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ପଦାକୁ ଆଣନ୍ତୁ ବୋଲି ଖାର୍ଗେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri