Posted inଜାତୀୟ

୪୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ/ଶ୍ରୀନଗର, ୨୫।୭: ବେଆଇନ ଅସ୍ତ୍ର ଲାଇସେନ୍ସ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ୨ ଜଣ ଆଇଏଏସ୍‌ ଅଫିସରଙ୍କ ବାସଭବନ ସମେତ ଜମ୍ମୁ-କଶ୍ମୀର ଓ ଦିଲ୍ଲୀର ୪୦ଟି ସ୍ଥାନରେ ଚଢ଼ାଉ କରିଛି। ଅନ୍ୟମାନଙ୍କ ମଧ୍ୟରେ କଶ୍ମୀର ପ୍ରଶାସନିକ ଅଧିକାରୀ, ତତ୍କାଳୀନ ଜିଲା ମାଜିଷ୍ଟ୍ରେଟ ଏବଂ ଏଡିଏମ୍‌ଙ୍କ ଘର ଓ କାର୍ଯ୍ୟାଳୟକୁ ମଧ୍ୟ ଚଢ଼ାଉରେ ସାମିଲ କରାଯାଇଥିଲା। ଏହା ବ୍ୟତୀତ ୨୦ ଗନ୍‌ ହାଉସ ବା ଡିଲରଙ୍କ ଘର ଉପରେ ମଧ୍ୟ ଚଢ଼ାଉ ହୋଇଥିଲା। ଶ୍ରୀନଗରର ପୂର୍ବତନ ଡେପୁଟି କମିଶନର ଶାହିଦ ଇକ୍‌ବାଲ ଚୌଧରୀ ଏବଂ ଅନ୍ୟତମ ଆଇଏଏସ୍‌ ଅଫିସର ନୀରଜ କୁମାରଙ୍କ ଘର ଖାନ୍‌ତଲାସ କରାଯାଇଥିବା ସିବିଆଇ ସୂତ୍ରରୁ ଜଣାପଡ଼ିଛି। ଜମ୍ମୁ-କଶ୍ମୀର ସରକାରଙ୍କ ଅନୁରୋଧ ଓ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୦୧୮ ମେ’ ୧୭ରେ ସିବିଆଇ ବେଆଇନ ଅସ୍ତ୍ର ଲାଇସେନ୍ସ ଯୋଗାଣ ଘଟଣାରେ ଦୁଇଟି ମାମଲା ରୁଜୁ କରିଥିଲା। ୨୦୧୨ରୁ ୨୦୧୬ ମଧ୍ୟରେ ରାଜ୍ୟରେ ବହୁ ପରିମାଣରେ ଅସ୍ତ୍ର ଲାଇସେନ୍ସ ଇସ୍ୟୁ ହୋଇଥିଲା। ହକ୍‌ଦାର ନ ଥିବା ଲୋକଙ୍କୁ ୨.୭୮ ଲକ୍ଷରୁ ଊର୍ଦ୍ଧ୍ୱ ଲାଇସେନ୍ସ ଦିଆଯାଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri