ବରସୁଆଁ ଲୁହା ଖଣିରେ ସିବିଆଇ ଚଢାଉ

ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟେନସାସ୍ଥିତ ସେଲ (SAIL) ଆର୍‌.ଏସ.ପି (Rourkela Steel Plant) ପରିଚାଳିତ ବରସୁଆଁ ଲୌହଖଣିରେ ସିବିଆଇ ଚଢ଼ାଉ ଜାରି ରହିଛି। ସୁଚନା ମୁତାବକ, ବିଗତ ଦୁଇ ତିନୋଟି ଆର୍ଥିକ ବର୍ଷରେ ସେଲ ଆର୍‌.ଏସ.ପି ପରିଚାଳିତ ବରସୁଆଁ ଲୌହ ଖଣି ବରସୁଆଁ ଭେଲି କ୍ରସର୍‌ ଟେଲିଙ୍ଗଡ୍ୟାମରେ ଗଚ୍ଛିତ ଥିବା ଲକ୍ଷ ଲକ୍ଷ ମେଟ୍ରିକ ଟନ ଲୌହ ପଥର ଗୁଣ୍ଡକୁ ଖଣି ବିଭାଗ ନିୟମ ଅନୁଯାୟୀ ବରସୁଆଁ ଖଣି ପକ୍ଷରୁ ଷ୍ଟାକ (stack) ପ୍ରସ୍ତୁତ କରାଯାଇଥାଏ। ପରେ ଖଣି ବିଭାଗ ଦାରା ଉକ୍ତ ଷ୍ଟାକର ମାନ ନିରୂପଣ କରି ସେଲ ପକ୍ଷରୁ ଷ୍ଟାକ ବାବଦ ରାଜସ୍ବ ପଇଠ କରାଯିବା ପରେ ଉକ୍ତ ଷ୍ଟାକକୁ ବିଭିନ୍ନ କ୍ରେତାଙ୍କୁ ବିକ୍ରୟ କରାଯାଇ ଥାଏ।
ତେବେ ଅନେକ ସମୟ ରେ ଖଣି ବିଭାଗ ପକ୍ଷରୁ ଅନେକ ଷ୍ଟାକକୁ ଉଚ୍ଚ ମାନର ଦର୍ଶାଇଥିବା ବେଳେ ଉକ୍ତ ଷ୍ଟାକକୁ ନିମ୍ନ ମାନର ଲୌହ ପଥର ଦର୍ଶାଇ ସେଲ ବରସୁଆଁ ଲୌହ ପଥର ଖଣିର କର୍ତ୍ତୃପକ୍ଷ ବିଭିନ୍ନ କ୍ରେତାଙ୍କୁ ବିକ୍ରୟ କରିଚାଲିଥିଲେ। ଏହି ବିଷୟ ସେଲର ଭିଜିଲାନ୍ସ ବିଭାଗ ନଜରରେ ଆସିବା ପରେ ଏହା ଶହ ଶହ କୋଟି ଟଙ୍କାର ହେର୍‌ଫେର ହୋଇଥିବା ନେଇ ସେଲର ଭିଜିଲାନ୍ସ ବିଭାଗ ସିବିଆଇକୁ କେସ ହସ୍ତାନ୍ତର କରିଥିଲା l ପରିଣାମ ସ୍ବରୂପ ଏବେ ୩ ଦିନ ହେବ ସିବିଆଇ ସେଲ ଭିଜିଲାନ୍ସ ସହ ମିଳିତ ଭାବେ ଉକ୍ତ ଘଟଣା ସମ୍ପର୍କରେ ବରସୁଆଁ ଲୌହ ଖଣି ଟେନସା ସ୍ଥିତ କାର୍ଯ୍ୟାଳୟରେ ସମସ୍ତ ଖୋଳତାଡ ଆରମ୍ଭ କରିଛି l ଏଥିରେ ସଂପୃକ୍ତ ଥିବା ସମସ୍ତ ଅଧିକାରୀଙ୍କୁ ଜେରା ପାଇଁ ଆଜି ସିବିଆଇ ପକ୍ଷରୁ ଡକାଯାଇଛି।
ଏଥିରେ ତତ୍କାଳୀନ ବରସୁଆଁ ସେଲ ଚିଫ ଜେନେରାଲ ମ୍ୟାନେଜର ତଥା ଅବସର ପ୍ରାପ୍ତ ଆର୍‌ଏସପି ଏକଜିକ୍ୟୁଟିଭ ଡାଇରେକ୍ଟର ପି.କେ ରଥଙ୍କ ସମେତ ଖଣି ମ୍ୟାନେଜର ସୁନନ୍ଦ ପରିଡ଼ା, ବି ଆର୍‌ ମଣ୍ଡଲ , ପି.ସି ବରୁଆଙ୍କୁ ନୋଟିସ ହୋଇଥିବାରୁ ସେମାନେ ସମସ୍ତେ ଜେରାର ସମ୍ମୁଖୀନ ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ଆମେରିକାରେ ପୁଣି ହେଲା ଶଟ୍‌ଡାଉନ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୩୧।୧: ଆମେରିକା ଉପରେ ପୁଣିଥରେ ତାଲାବନ୍ଦୀ ଅର୍ଥାତ୍‌ ଶଟ୍‌ଡାଉନ ହୋଇଛି। କାରଣ ସିନେଟରେ ଫଣ୍ଡିଂ ବିଲ୍‌ ଅଟକି ରହିଛି, ଯାହା ଫଳରେ ରାଷ୍ଟ୍ରପତି ଟ୍ରମ୍ପ ଚାପରେ ପଡ଼ିଛନ୍ତି।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

NCPର ବଡ଼ ଦାଦି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍‌!

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

Pakistan PM: ‘ଆମକୁ ଲାଜ ଲାଗୁଛି’, କାହିଁକି ଏମିତି କହିଲେ ଶହବାଜ ସରିଫ? ଜାଣନ୍ତୁ ଏହା ପଛର କାରଣ

ଇସଲାମାବାଦ,୩୧।୧: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ସରିଫ ବିଦେଶରୁ ଋଣ ନେବା ପାଇଁ ଲଜ୍ଜା ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଟଙ୍କା ମାଗିବା ଜାତୀୟ ଗର୍ବକୁ କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri