Posted inଜାତୀୟ

ବିହାରର ଆରଜେଡି ବିଧାୟକ କିରଣ ଦେବୀଙ୍କ ଘରେ ସିବିଆଉ ଚଢାଉ

ପାଟନା,୧୬।୫: ବିହାରରୁ ଏକ ବଡ ଖବର ସାମ୍ନାକୁ ଆସିଛି। ବିହାରର ଜଣେ ବିଧାୟକଙ୍କ ଘରେ ସିବିଆଇ ପକ୍ଷରୁ ଚଢାଉ କରାଯାଉଛି। ବିଧାୟକ କିରଣ ଦେବୀଙ୍କ ସ୍ବାମୀ ଅରୁଣ ଯାଦବ ଜଣେ ବଡ ବ୍ୟବସାୟୀ। କିରଣ ଦେବୀ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମ୍ପର୍କୀୟ ହୋଇଥିବା ବେଳେ ପୂର୍ବତନ ବିଧାୟକ ଅରୁଣ ଯାଦବଙ୍କ ପତ୍ନୀ।

ସୂଚନାନୁସାରେ, ବିଧାୟକ କିରଣ ଦେବୀଙ୍କ ଅନେକ ସ୍ଥାନରେ ସିବିଆଇ ଚଢାଉ ଚାଲିଛି। କିରଣ ଦେବୀ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ପୂର୍ବତନ ଆରଜେଡି ବିଧାୟକ ତଥା ବଳିଷ୍ଠ ନେତା ଅରୁଣ ଯାଦବଙ୍କ ପତ୍ନୀ, ଯିଏକି ଗତ ନିର୍ବାଚନରେ ପ୍ରଥମ ଥର ପାଇଁ ଆରଜେଡି ଦ୍ୱାରା ଟିକେଟ ପାଇଥିଲେ। ଅଙ୍ଗୁୟାଦରେ ଅରୁଣ ଯାଦବଙ୍କର ଏକ ବିଳାସପୂର୍ଣ୍ଣ ବଙ୍ଗଳା ଅଛି, ଯେଉଁଠାରେ ସିବିଆଇ ଦଳ ପହଞ୍ଚିଛି। ଅରୁଣ ଯାଦବ ମଧ୍ୟ ବାଲିର ଜଣେ ବଡ ବ୍ୟବସାୟୀ ।

ଆରଜେଡି ବିଧାୟକ କିରଣ ଦେବୀ ଏବଂ ତାଙ୍କ ସ୍ବାମୀ ବାଲି ବ୍ୟବସାୟୀ, ପୂର୍ବତନ ବିଧାୟକ ଅରୁଣ ଯାଦବ ଲାଲୁ ପରିବାରର ଅତି ନିକଟତର । ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ସିବିଆଇ ଟିମ କିରଣ ଦେବୀଙ୍କ ଘରେ ପହଞ୍ଚିଥିଲା। ରେଡ ଅପରେସନ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri