ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି।

କଟକ ଓଡ଼ିଆ ବଜାରସ୍ଥିତ ମହିମାଙ୍କ ଘର ଓ ଲିଙ୍କ୍‌ ରୋଡସ୍ଥିତ ଓଏସ୍‌ଏଲ୍‌ ଅଫିସ୍‌ରେ ୨ଟି ଟିମ୍‌ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି।

ସେହିପରି ପାରାଦୀପ ବନ୍ଦର ଚିଫ୍‌ ଇଲେକ୍ଟ୍ରିକାଲ ମେକାନିକାଲ ଇଞ୍ଜିନିୟର(ସିଇଏମ୍‌ଇ)ମୁଖ୍ୟ ସରୋଜ କୁମାର ଦାସ ଓ ତାଙ୍କର ଜଣେ ସହଯୋଗୀ କଣ୍ଟାକ୍ଟ ଓ୍ବାର୍କର ସୁମନ୍ତ ରାଉତଙ୍କୁ ଗୁରୁବାର ପୂର୍ବାହ୍ନରେ ସିବିଆଇ ନିଜ ହେପାଜତକୁ ନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି। ବନ୍ଦର ପ୍ରଶାସନିକ ଭବନର ସିଇଏମ୍‌ଇ ବିଭାଗ, ଓଏସ୍‌ଏଲ(ଓଡିଶା ଷ୍ଟିଭେଡର୍ସ ଲିମିଟେଡ୍‌),କେସିଟି (କରମଚାନ୍ଦ ଥାପର )କମ୍ପାନୀରେ ମିଳିତ ଭାବେ ଚଢ଼ାଉ ଜାରି ରହିଛି। ପ୍ରାଥମିକ ସୂଚନାନୁଯାୟୀ, ଓଏସ୍‌ଏଲର ଜଣେ କର୍ମଚାରୀଙ୍କଠାରୁ ଇଞ୍ଜିନିୟର ସରୋଜ ଦାସ ୨୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ଜବତ କରିଛି। ମଧୁବନସ୍ଥ ୧୦୦ ଏମ୍‌ଏମ୍‌ଟି ଅତିଥି ଭବନରେ ସରୋଜ ଓ ସୁମନ୍ତଙ୍କୁ ଜେରା କରାଯାଇଛି। ରିପୋର୍ଟ ଲେଖା ହେବା ସୁଦ୍ଧା ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

ସୂଚନାଯୋଗ୍ୟ, ପାରାଦୀପ ସିଓ୍ବେଜ୍‌ ଶିପିଂ କମ୍ପାନୀ ଜିଏମ୍‌ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ମହିମା ମିଶ୍ର ଓ ତାଙ୍କ ସହଯୋଗୀ ବସନ୍ତ ବଳଙ୍କୁ ଥାଇଲାଣ୍ଡ ପୋଲିସ ବ୍ୟାଙ୍କକର ଏକ ହୋଟେଲରୁ ଗିରଫ କରିଥିଲା। ଏହାର ୨ ବର୍ଷ ପରେ ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri